୩ ଶୀର୍ଷ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ: ମୁଖ୍ୟ ଶାସନ ସଚିବଙ୍କୁ ୨୦, ଉନ୍ନୟନ କମିଶନର ୧୫ ଏବଂ ଏପିସିଙ୍କୁ ୫ ବିଭାଗ ଦାୟିତ୍ୱ

ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ସରକାରୀ କାର୍ଯ୍ୟକୁ ଉତ୍ତମ ରୂପେ ତର୍ଜମା କରାଯିବ। ବିଭାଗୀୟ ଅନୁଶୀଳନ ପରେ ଜଣେ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଧିକାରୀ ଫାଇଲଗୁଡିକ ତଦାରଖ କରିବେ। ଏହା ପରେ ଚୂଡ଼ାନ୍ତ ନିଷ୍ପତ୍ତି ପାଇଁ ଫାଇଲ ସିଧା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)କୁ ପଠାଯିବ। ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ଉନ୍ନୟନ କମିଶନର, ଉନ୍ନୟନ କମିଶନର(ଡିସି) ଏବଂ କୃଷି ଉତ୍ପାଦନ କମିଶନର(ଏପିସି)ଙ୍କ ମଧ୍ୟରେ ବିଭିନ୍ନ ବିଭାଗଗୁଡ଼ିକର ବଣ୍ଟନ କରାଯାଇଛି। ଏ ସଂକ୍ରାନ୍ତରେ ଏକ ବିଜ୍ଞପ୍ତି ଗୁରୁବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଏଣ୍ଡ ପିଜି) ପକ୍ଷରୁ ପ୍ରକାଶ ପାଇଛି।
ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧୀନରେ ୨୦, ଡିସି ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧୀନରେ ୧୫ ଏବଂ ଏପିସି ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ୫ ବିଭାଗର ଦାୟିତ୍ୱ ଦିଆଯାଇଛି। ସିଏସ୍‌ଙ୍କ ନିକଟରେ ଗୃହ, ଅର୍ଥ, ଶକ୍ତି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଜଙ୍ଗଲ ଓ ପରିବେଶ, ଜିଏ ଏଣ୍ଡ ପିଜି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଶିଳ୍ପ ଓ ଇଲେକ୍‌ଟ୍ରୋନିକ୍ସ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗ ରହିଛି। ଏଥିସହିତ ଆଇନ, ଏମ୍‌ଏସ୍‌ଏମ୍‌ଇ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସଂସଦୀୟ ବ୍ୟାପାର, ଯୋଜନା ଓ ସଂଯୋଜନା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଇସ୍ପାତ ଓ ଖଣି, ପର୍ଯ୍ୟଟନ, ଜଳସମ୍ପଦ ଏବଂ ପୂର୍ତ୍ତ ବିଭାଗ ମଧ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରଦାନ କରାଯାଇଛି। ଅନୁରୂପଭାବେ ଉନ୍ନୟନ କମିଶନର ସୁରେଶ ମହାପାତ୍ରଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଅବକାରୀ, ଉଚ୍ଚଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଶ୍ରମ ଓ ନିୟୋଜନ, ସରକାରୀ ଉଦ୍ୟୋଗ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରଦାନ କରାଯାଇଛି। ଏଥିସହିତ ସ୍କୁଲ ଓ ଗଣଶିକ୍ଷା, ବିଜ୍ଞାନ ଓ କାରିଗରି ବିଦ୍ୟା, କ୍ରୀଡ଼ା ଓ ଯୁବ ସେବା, ହସ୍ତତନ୍ତ/ବୟନଶିଳ୍ପ ଏବଂ ହସ୍ତଶିଳ୍ପ, ଓଡ଼ିଆ ଭାଷା ଏବଂ ସାହିତ୍ୟ ଓ ସଂସ୍କୃତି , ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ଏବଂ ଏସ୍‌ଟିଏସ୍‌ସି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିକାଶ ବିଭାଗର ଦାୟିତ୍ୱ ମଧ୍ୟ ଉନ୍ନୟନ କମିଶନରଙ୍କୁ ପ୍ରଦାନ କରାଯାଇଛି।
ସେହିପରି ଏପିସି ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ କୃଷି ଓ କୃଷକ ସଶକ୍ତୀକରଣ, ସମବାୟ, ମତ୍ସ୍ୟସମ୍ପଦ ଏବଂ ପ୍ରାଣୀସମ୍ପଦ ଉନ୍ନୟନ, ବାଣିଜ୍ୟ ଓ ପରିବହନ (ବାଣିଜ୍ୟ) ଏବଂ ବାଣିଜ୍ୟ ଓ ପରିବହନ (ପରିବହନ) ବିଭାଗ ଦାୟିତ୍ୱ ଦିଆଯାଇଛି।
ସେହିପରି ଗୁରୁତ୍ୱପୂର୍ଣ୍ଣ ନୀତିଗତ ନିଷ୍ପତ୍ତି, କ୍ୟାବିନେଟ୍‌ ନିଷ୍ପତ୍ତି ସମ୍ପର୍କିତ ବ୍ୟାପାର, ଏକାଧିକ ବିବାଦକୁ ନେଇ ରହିଥିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସିଧାସଳଖ ନିଷ୍ପତ୍ତି ନେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ବିଭାଗୀୟ ସଚିବ/ପ୍ରମୁଖ ଶାସନ ସଚିବ/ଡିସିଙ୍କ ନିଷ୍ପତ୍ତି ପରେ ମୁଖ୍ୟ ଶାସନ ସଚିବଙ୍କ ଜରିଆରେ ଫାଇଲ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଯିବ। ସେହିପରି ଏପିସିଙ୍କ ଅଧୀନରେ ଆସୁଥିବା ସମସ୍ତ ବିଭାଗ ସମ୍ପର୍କିତ ଚୂଡ଼ାନ୍ତ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଆଯିବ। ଅତିରିକ୍ତ ଶାସନ ସଚିବ ପାହ୍ୟା ତଥା ତଦୂର୍ଦ୍ଧ୍ୱ ପାହ୍ୟାକୁ ପଦୋନ୍ନତି ସମ୍ପର୍କିତ ଚୂଡ଼ାନ୍ତ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଆଯିବ। ସେହିପରି ମୁଖ୍ୟ ଶାସନ ସଚିବ ଆବଶ୍ୟକ ମନେକଲେ ଯେ କୌଣସି ବିଭାଗ ଫାଇଲକୁ ତର୍ଜମା ତଥା ଅନୁଧ୍ୟାନ କରିପାରିବେ। ଅର୍ଥ ବିଭାଗ ଫାଇଲଗୁଡ଼ିକ ଅର୍ଥ ସଚିବ/ମୁଖ୍ୟ ଶାସନ ସଚିବଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri