୩ ଶ୍ରମିକଙ୍କୁ ବିମାନରେ ଘରକୁ ପଠାଇଲେ ୧୨ ବର୍ଷର ଝିଅ

ନୋଏଡା,୨।୬: କରୋନା ମହାମାରୀ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଅନ୍ୟ ରାଜ୍ୟକୁ ଦାଦନ ଖଟିବା ଲାଗି ଯାଇଥିବା ପ୍ରବାସୀ ଶ୍ରମିକମାନେ ଏଥିପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କିଏ ହଜାର ହଜାର କିଲୋମିଟର ଚାଲି ଚାଲି ଘରକୁ ଫେରୁଥିଲା ବେଳେ ଅନ୍ୟକେହି ଘରେ ପହଞ୍ଚିଲା ବେଳକୁ ଭୋକ ଉପାସରେ ତା’ର ଜୀବନ ଚାଲି ଯାଉଛି। ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ପ୍ରବାସୀ ଶ୍ରମିକଙ୍କ ପାଇଁ ଦେବଦୂତ ସାଜିଛନ୍ତି ୧୨ ବର୍ଷୀୟ ଝିଅ ନିହାରିକା ଦ୍ୱିବେଦୀ। ସେ ନିଜ ସଞ୍ଚୟ ଟଙ୍କାରେ ୩ ଶ୍ରମିକଙ୍କୁ ବିମାନରେ ନିଜ ଘରକୁ ପଠାଇଛନ୍ତି। ଉତ୍ତରପ୍ରଦେଶର ଗୌତମ ବୁଦ୍ଧ ନଗରରେ ରହୁଥିବା ନିହାରିକା ୪୮ ହଜାର ୫୩୦ ଟଙ୍କା ସଞ୍ଚୟ କରି ରଖିଥିଲେ। ଏହି ଟଙ୍କାରେ ସେ ଶ୍ରମିକଙ୍କୁ ଝାଡଖଣ୍ଡ ପଠାଇଛନ୍ତି। ନିହାରିକା କହିଛନ୍ତି ଶ୍ରମିକମାନଙ୍କ ଦୁର୍ଦ୍ଦଶା ଟିଭିରୁ ଦେଖିବାକୁ ପାଇଥିଲି। ସେମାନେ ଆମ ସମାଜ ପାଇଁ ଅନେକ କିଛି କରିଛନ୍ତି ସେମାନଙ୍କ ଅସୁବିଧା ସମୟରେ ଆମେ ଆଗେଇ ଆସିବା ଉଚିତ୍‌। ନିହାରିକା ଯେଉଁ ୩ ଶ୍ରମିକଙ୍କୁ ଘରକୁ ପଠାଇଛନ୍ତି ସେମାନଙ୍କ ମଧ୍ୟରେ ଜଣେ କ୍ୟାନସର୍‌ରେ ପୀଡିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri