୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଛନ୍ତି ୨୨୮ ଶ୍ରମିକ: ନିଜ ପଞ୍ଚାୟତ ଆଇସୋଲଶନ ସେଣ୍ଟରରେ ରହିବେ ୧୪ ଦିନ

ଛତ୍ରପୁର, ୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୨୨୮ ଶ୍ରମିକ ନିଜ ଖର୍ଚ୍ଚରେ ୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଥିବା ନେଇ ଗଞ୍ଜାମ ଜ଼ିଲା ପ୍ରଶାସନକୁ ଖବର ମିଳିଛି। ସୋମବାର ସୁରତରୁ ବାହାରିଥିବା ଉକ୍ତ ବସ୍‌ଗୁଡିକ ବୁଧବାର ସକାଳେ ଗଞ୍ଜାମ ଜ଼ିଲାରେ ପହଞ୍ଚିବ ବୋଲି ଜଣାପଡିଛି । ଏ ସମ୍ପର୍କରେ ଗଞ୍ଜାମ ଜିଲା ପ୍ରଶାସନକୁ ଖବର ଆସିବା ପରେ ପ୍ରଶାସନ ସଜାଗ ହୋଇଉଠିଛି। ଜ଼ିଲା ସୀମାନ୍ତରେ ସମସ୍ତେ ପହଞ୍ଚିବା ପରେ ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ନିକଟ ବସ୍‌ ଟର୍ମିନାଲକୁ ଅଣାଯିବ। ସେଠାରେ ସମସ୍ତଙ୍କର ସ୍କ୍ରିନିଂ କରାଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ପରେ ସମସ୍ତଙ୍କୁ ନିଜ ପଞ୍ଚାୟତ ଆଇସୋଲଶନ ସେଣ୍ଟରରେ ୧୪ ଦିନ କ୍ୱାରାଣ୍ଟାଇନରେ ରଖାଯିବ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି। ଏଥିସହ ଛତ୍ରପୁର ବସ୍‌ ଟର୍ମିନାଲରେ ମଧ୍ୟ ସୁରତ ଫେରନ୍ତାଙ୍କୁ ରିସିଭ କରାଯାଇପାରିବ ବୋଲି ସୂଚନା ଦିଆଯାଇଛି। ବ୍ରହ୍ମପୁର ଉର୍ଣ୍ଣୟନ କର୍ତ୍ତୃପକ୍ଷ(ବିଡିଏ) ଏଥିରେ ସହଯୋଗ କରିବେ। ଛତ୍ରପୁରସ୍ଥିତ କୋଭିଡ ସେଲ ଏହାର ମନିଟରିଂ କରୁଛନ୍ତି । ଫ୍ଲୁ ସହ ଜ୍ୱର ଥିଲେ ସେମାନଙ୍କର ସ୍ବାବ ଟେଷ୍ଟିଙ୍ଗ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

ତୁଳା ରାଶିରେ ସୂର୍ଯ୍ୟଙ୍କ ଚଳନ: ଅକ୍ଟୋବର ୧୭ରୁ ସତର୍କ ରୁହନ୍ତୁ ୩ ରାଶି! ପାଖରୁ ଚାଲିଯିବ ସବୁଟଙ୍କା

ତୁଳା ରାଶି ହେଉଛି ସୂର୍ଯ୍ୟ ଗ୍ରହଙ୍କ ନୀଚ ରାଶି। ସୂର୍ଯ୍ୟ ତୁଳାରେ ନୀଚ ହୋଇଥାନ୍ତି। ଏଭଳି ସ୍ଥିତିରେ ସୂର୍ଯ୍ୟଙ୍କର ଅନେକ ରାଶି ଉପରେ ଅଶୁଭ ପ୍ରଭାବ ପଡ଼ିବ।…

ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…

କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ…

ଅବିଶ୍ୱସନୀୟ କ୍ୟାଚ ଧରିଲେ ଇଶାନ କିଶନ: ନିଜେ ବି କରିପାରିଲେନି ବିଶ୍ୱାସ, ଦେଖନ୍ତୁ VIDEO

ଲକ୍ଷ୍ନୌ,୭।୧୦: ଟି-୨୦ କ୍ରିକେଟ୍‌ରେ ଭାରତୀୟ ଦଳର ଫିଲ୍ଡିଂକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଥାଏ। ବିଶେଷକରି କ୍ୟାଚ ଧରିବା ମାମଲାରେ ଭାରତର ରେକର୍ଡ ଆହୁରି ଉନ୍ନତ ହେବାର…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ

କଟକ,୭।୧୦(ପ୍ରଭୁକଲ୍ୟାଣ ପାଲ୍) ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ…

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?