୪ବର୍ଷର ପୁଅକୁ ଛାଡ଼ି ମା’ ଫେରାର, ସ୍ବାମୀ ଥାନାର ଦ୍ୱାରସ୍ଥ

ଯାଜପୁର ଅଫିସ,୨୬ା୨: ପ୍ରେମକରି ବିବାହ କରିବାର ୫ବର୍ଷ ପରେ ଜଣେ ମହିଳା ନିଜର ୪ବର୍ଷର ପୁଅକୁ ଛାଡ଼ି ଫେରାର ହୋଇଯାଇଛନ୍ତି। ଏନେଇ ସମ୍ପୃକ୍ତା ମହିଳାଙ୍କ ସ୍ବାମୀ ମଙ୍ଗଳପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ସୂଚନା ଅନୁସାରେ ମଙ୍ଗଳପୁର ଥାନା ଇଜାପୁର ପଞ୍ଚାୟତ କାଜିବାଗ ଗ୍ରାମର ଜନୈକା ମହିଳା ଗତ ୨୧ତାରିଖ ମଧ୍ୟାହ୍ନରେ ନିଜର ୪ବର୍ଷର ଶିଶୁପୁତ୍ରକୁ ଛାଡି ଘରୁ ସୁନା,ରୂପା ଓ ଅଳଙ୍କାର ଧରି କେଉଁଆଡେ ଫେରାର ହାଇଯାଇଥିଲେ। ଏହା ଜଣାପଡ଼ିବା ପରେ ମହିଳାଙ୍କୁ ବହୁ ଖୋଜାଖୋଜି କରିଥିଲେ ସୁଦ୍ଧା କୌଣସି ପତ୍ତା ନ ମିଳିବାରୁ ତାଙ୍କ ସ୍ବାମୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ବ୍ୟକ୍ତି ଜଣକ ୫ବର୍ଷ ତଳେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମୂଳାପଦା ଗ୍ରାମର ଜଣେ ଯୁବତୀଙ୍କୁ ପ୍ରେମକରି ବିବାହ କରିଥିଲେ। ବିବାହର ଏକ ବର୍ଷ ପରେ ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ଗତ ୨୧ ତାରିଖ ଜାଗର ଦିନ ସ୍ବାମୀ ଘରେ ନ ଥିବାବେଳେ ମହିଳା ଜଣକ ପୁଅକୁ ଶୁଆଇଦେଇ ଘରେ ରହିଥିବା ସୁନା,ରୂପା ଓ ନଗଦ ୪ ହଜାର ଆଠଶହ ଟଙ୍କା ଧରି କେଉଁଆଡେ ଚାଲିଯାଇଥିଲେ। ଏନେଇ ଥାନା ଅଧିକାରୀଙ୍କୁ ପଚାରିବାରେ ଏନେଇ ଏକ ମାମଲା ରୁଜୁ ହୋଇଛି। ସମ୍ପୃକ୍ତ ମହିଳାଙ୍କୁ ଉଦ୍ଧାର କରାଯିବାଲାଗି ପଡ଼ୋଶୀ ଜିଲାର ଥାନାଗୁଡ଼ିକୁ ସୂଚନା ଦିଆଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri