୪ବର୍ଷର ପୁଅକୁ ଛାଡ଼ି ମା’ ଫେରାର, ସ୍ବାମୀ ଥାନାର ଦ୍ୱାରସ୍ଥ

ଯାଜପୁର ଅଫିସ,୨୬ା୨: ପ୍ରେମକରି ବିବାହ କରିବାର ୫ବର୍ଷ ପରେ ଜଣେ ମହିଳା ନିଜର ୪ବର୍ଷର ପୁଅକୁ ଛାଡ଼ି ଫେରାର ହୋଇଯାଇଛନ୍ତି। ଏନେଇ ସମ୍ପୃକ୍ତା ମହିଳାଙ୍କ ସ୍ବାମୀ ମଙ୍ଗଳପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ସୂଚନା ଅନୁସାରେ ମଙ୍ଗଳପୁର ଥାନା ଇଜାପୁର ପଞ୍ଚାୟତ କାଜିବାଗ ଗ୍ରାମର ଜନୈକା ମହିଳା ଗତ ୨୧ତାରିଖ ମଧ୍ୟାହ୍ନରେ ନିଜର ୪ବର୍ଷର ଶିଶୁପୁତ୍ରକୁ ଛାଡି ଘରୁ ସୁନା,ରୂପା ଓ ଅଳଙ୍କାର ଧରି କେଉଁଆଡେ ଫେରାର ହାଇଯାଇଥିଲେ। ଏହା ଜଣାପଡ଼ିବା ପରେ ମହିଳାଙ୍କୁ ବହୁ ଖୋଜାଖୋଜି କରିଥିଲେ ସୁଦ୍ଧା କୌଣସି ପତ୍ତା ନ ମିଳିବାରୁ ତାଙ୍କ ସ୍ବାମୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ବ୍ୟକ୍ତି ଜଣକ ୫ବର୍ଷ ତଳେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମୂଳାପଦା ଗ୍ରାମର ଜଣେ ଯୁବତୀଙ୍କୁ ପ୍ରେମକରି ବିବାହ କରିଥିଲେ। ବିବାହର ଏକ ବର୍ଷ ପରେ ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ଗତ ୨୧ ତାରିଖ ଜାଗର ଦିନ ସ୍ବାମୀ ଘରେ ନ ଥିବାବେଳେ ମହିଳା ଜଣକ ପୁଅକୁ ଶୁଆଇଦେଇ ଘରେ ରହିଥିବା ସୁନା,ରୂପା ଓ ନଗଦ ୪ ହଜାର ଆଠଶହ ଟଙ୍କା ଧରି କେଉଁଆଡେ ଚାଲିଯାଇଥିଲେ। ଏନେଇ ଥାନା ଅଧିକାରୀଙ୍କୁ ପଚାରିବାରେ ଏନେଇ ଏକ ମାମଲା ରୁଜୁ ହୋଇଛି। ସମ୍ପୃକ୍ତ ମହିଳାଙ୍କୁ ଉଦ୍ଧାର କରାଯିବାଲାଗି ପଡ଼ୋଶୀ ଜିଲାର ଥାନାଗୁଡ଼ିକୁ ସୂଚନା ଦିଆଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri