୪ଶହ ସୁନା ମୁଦି ବାଣ୍ଟିଲେ ସାଉଥ୍‌ ସୁପରଷ୍ଟାର

ଚେନ୍ନାଇ: ସାଉଥ୍‌ ସୁପରଷ୍ଟାର ବିଜୟ ଥାଲାପତି ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ବିଗିଲ’ ପାଇଁ ବ୍ୟସ୍ତ ଅଛନ୍ତି। ନିକଟରେ ଫିଲ୍ମର ଶୁଟିଂ ସରିଥିବା ବେଳେ ବିଜୟ ପ୍ରାୟ ୪ ଶହ ସୁନା ମୁଦି ବାଣ୍ଟିଥିବା ଜଣାପଡିଛି। ଫିଲ୍ମରେ ଥିବା ସମସ୍ତ ସଦସ୍ୟଙ୍କୁ ସେ ଏହି ବିଶେଷ ଧରଣର ମୁଦି ବାଣ୍ଟିଥିବା କୁହାଯାଉଛି। କାରଣ ଏହା ଉପରେ ‘ବିଗିଲ’ ବୋଲି ଲେଖାଯାଇଛି। ଏହି ମୁଦିର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫିଲ୍ମର ଟିମ୍‌ ମେମ୍ବର ଏହି ମୁଦିର ଫଟୋକୁ ନିଜ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିବା ସହ ଥାପାଲିଆଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତେବେ ‘ବିଗିଲ’ର କ୍ରିଏଟିଭ୍‌ ପ୍ରଡ୍ୟୁସର ଅର୍ଚ୍ଚନା ଏହି ଫଟୋ ସହ ଲେଖିଛନ୍ତି ‘ବିଗିଲ’ର ପୁରା ଟିମ୍‌ ଫିଲ୍ମ ପାଇଁ ବହୁ ପରିଶ୍ରମ କରିଛନ୍ତି। ଆଉ ଏହି ବିଶେଷ ଉପହାର ସେମାନଙ୍କ ପାଇଁ ବିଶେଷ ମହତ୍ୱ ରଖେ। ସୂଚନା ମୁତାବକ ବିଜୟଙ୍କ ଅଭିନୀତ ଏହି ଫିଲ୍ମ ଏକ ଆକ୍ସନ୍‌ ଥ୍ରିଲର ସ୍ପୋର୍ଟସ୍‌ ଫିଲ୍ମ। ଏଥିରେ ବିଜୟ ଡବଲ ରୋଲରେ ଆସୁଥିବା ବେଳେ ନାୟିକା ନୟନତରାଙ୍କୁ ଦେଖିବାକୁ ମିଳିବ। ଆସନ୍ତା ଅକ୍ଟୋବର ୨୭ରେ ଏହା ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri