୪୦ରୁ ଅଧିକ ଶ୍ରମିକଙ୍କୁ ଅଟକ ରଖିଲା ପୋଲିସ

ବାରିପଦା ଅଫିସ, ୩୦ା୪- ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଥିବା ଶ୍ରମିକମାନଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଭଳି ସ୍ଥଳେ ଶ୍ରମିକମାନେ ଅପେକ୍ଷା ନ କରି ପଳାଇ ଆସୁଥିବା ଦେଖିବାକୁ ମିଳୁଛି। ମୟୂରଭଞ୍ଜ ଜିଲାର ବିଭିନ୍ନ ସୀମା ସିଲ୍‌ ହେଲା ପରେ ମଧ୍ୟ ମଙ୍ଗଳବାର ରାତିରେ ୪୦ରୁ ଊର୍ଦ୍ଧ୍ୱ ଶ୍ରମିକ ଚାଲି ଚାଲି ଆସିଥିଲେ। ଖବର ପାଇ ପୋଲିସ ସେମାନଙ୍କୁ ବାଙ୍ଗିରିପୋଷି ଥାନା ଅଧୀନ କଳାବାଡ଼ିଆଠାରେ ଅଟକ ରଖିଛି। ଅଟକ ଶ୍ରମିକଙ୍କ ଘର ଝାଡ଼ଖଣ୍ଡରେ ହୋଇଥିବା ବେଳେ ସେମାନେ ଢେଙ୍କାନାଳର ଏକ ଷ୍ଟିଲପ୍ଲାଣ୍ଟରେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କାମ ବନ୍ଦ ହେବାରୁ ଠିକାଦାର ସେମାନଙ୍କୁ ସେଠାରୁ ବାହାର କରି ଦେଇଥିଲେ। ନିରୁପାୟ ହୋଇ ଏହି ଶ୍ରମିକମାନେ ୪ଦିନ ଭୋକ ଓପାସରେ ରହି ଶେଷରେ ଏକ ଟ୍ରେଲର ଯୋଗେ ଝାଡ଼ଖଣ୍ଡ ସୀମାରେ ପହଞ୍ଚିଥିଲେ ା ସେଠାରୁ ଝାଡ଼ଖଣ୍ଡ ପୋଲିସ ତଡ଼ି ଦେବାରୁ ସେମାନେ ଜାମଶୋଳା ହୋଇ ବାଙ୍ଗିରିପୋଷି ଥାନା ଅଧୀନ କଳାବାଡିଆସ୍ଥିତ ଢାବା ନିକଟରେ ଚାଲି ଚାଲି ପହଞ୍ଚିି ଥିଲେ। ଖବର ପାଇ ବାଙ୍ଗିରିପୋଷି ପୋଲିସ, ସ୍ଥାନୀୟ ସରପଞ୍ଚ ସୁମନ୍ତ ନାଏକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଶ୍ରମିକମାନଙ୍କର ଖାଇବା ଓ ରହିବା କଥା ବୁଝିଥିଲେ। ସେଠାରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯିବା ସହିତ ସେମାନଙ୍କୁ ଘରକୁ ପଠାଇଦେବା ପାଇଁ ଯୋଜନା ଚାଲିଥିବା ସୂଚନା ମିଳିଛି। ଫରିଦାବାଦ ଅଭିମୁଖେ ଯାଉଥିବା ଟ୍ରେଲର ଶ୍ରମିକମାନଙ୍କୁ ବେଆଇନ ଭାବରେ ଆଣି ଥିବାରୁ ଉକ୍ତ ଟ୍ରେଲରକୁ ପୋଲିସ ଜବତ କରିଛି। ତେବେ ସୀମାରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଥିବା ବେଳେ ବାରମ୍ବାର ଏହିଭଳି ଘଟଣା ଘଟୁଥିବାରୁ ସୀମା ଜଗୁଥିବା ପୋଲିସ କର୍ମଚାରୀମାନଙ୍କ କାର୍ଯ୍ୟକଳାପ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?