୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ ଦେବଗଡ଼ କରୋନା ସଂକ୍ରମିତ

ଦେବଗଡ଼, ୧ା୫(ଡି.ଏନ.ଏ.)-ଦେବଗଡ଼ ଜିଲା ତିଲେଇବଣୀ ବ୍ଲକ କଲଣ୍ଡା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମରେ ବୁଧବାର ଜଣେ କରୋନା ରୋଗୀ ଚିହ୍ନଟ ହେବା ପରେ ତାଙ୍କୁ ସ୍ଥାନୀୟ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ା ସଂପୃକ୍ତ ବ୍ୟକ୍ତି ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି ା ସେମାନଙ୍କ ମଧ୍ୟରୁ ଗୁରୁବାର ସଂପୃକ୍ତ ବ୍ୟକ୍ତିଙ୍କ ପରିବାର ଏବଂ ପଡୋଶୀଙ୍କୁ ମିଶାଇ ମୋଟ ୨୬ ଜଣଙ୍କୁ ଜିଲା କୋଭିଡ୍‌ ହସ୍ପିଟାଲ ଆଇସୋଲେଶନ ସେଣ୍ଟରେ ଭର୍ତ୍ତି କରାଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ମନୋଜ କୁମାର ଉପଧ୍ୟାୟ କହିଛନ୍ତି ା ସଂକ୍ରମିତ ବ୍ୟକ୍ତି ନିଜ ଗ୍ରାମରେ ବୁଲାଚଲା କରିଥିବାରୁ ଉକ୍ତ ଗ୍ରାମର ଅନେକ ଗ୍ରାମବାସୀ ମଧ୍ୟ ପରୋକ୍ଷରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ା ଏପରି ପରିସ୍ଥିତିର ମୁକାବିଲା ପାଇଁ ଜିଲା ପ୍ରଶାସନ ପ୍ରସ୍ତୁତ ରହିଥିବା ଅତିରିକ୍ତ ଜିଲାପାଳ ଧରମ ହାଂସଦା ପ୍ରକାଶ କରିଛନ୍ତି ା ଜିଲା ପୋଲିସ ଓ ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମ ରାସ୍ତାକୁ ସିଲ କରାଯାଇଛି ା
ସେହିପରି ବାସୁଦେବପୁର ଗ୍ରାମ ସମେତ ଝାଟିକିପଶି, ଖୁଣ୍ଟପଶି, ସାମନ୍ତରାପାଲି, ନୂଆଗଁା, କମଳାବଗିଚା ଓ ବଣିଆକିଲିଣ୍ଡା ପଞ୍ଚାୟତର ସୁନାମୁଣ୍ଡା ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି ା ଉପରୋକ୍ତ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡିକୁ ବନ୍ଦ କରାଯାଇଛି ା ସେହି ଅଞ୍ଚଳରେ ରହୁଥିବା ଲୋକଙ୍କ ସ୍ବାସ୍ଥ୍ୟ ସେବା ଓ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ା ତିଲେଇବଣୀ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତିଙ୍କୁ ଉପରୋକ୍ତ ଅଞ୍ଚଳର ସାନିଟାଇଜେସନ ଏବଂ ଅତ୍ୟାବଶ୍ୟକ ସେବା ଯୋଗାଣ ପାଇଁ ଦାୟିତ୍ୱ ପ୍ରଦାନ କରାଯାଇଛି ା ଦେବଗଡ଼ ତହସିଲଦାର ପଲ୍ଲଭି ନାଏକଙ୍କୁ ଆଇନ ଶୃଙ୍ଖଳା ପରିସ୍ଥିତିର ରକ୍ଷଣାବେକ୍ଷଣ ଦାୟିତ୍ୱ ଦିଆଯାଇଛି ା ସେହିପରି ସ୍ବାସ୍ଥ୍ୟସେବା ଦାୟିତ୍ୱ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ପ୍ରଭାତ କୁମାର ଓଝାଙ୍କୁ ପ୍ରଦାନ କରାଯାଇଛି ା ସଂପୃକ୍ତ ଅଞ୍ଚଳର ସମସ୍ତ ଦାୟିତ୍ୱ ଉପଜିଲାପାଳ ବ୍ରଜବନ୍ଧୁ ଭୋଇ ତଦାରଖ କରିବେ ବୋଲି ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri