Posted inଖେଳ

୪,୦୦୦ ବଞ୍ଚିତଙ୍କୁ ସଚିନ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି

ନୂଆଦିଲ୍ଲୀ,୯।୫(ପି.ଟି.): କୋଭିଡ-୧୯ ମହମାରୀର ଆତଙ୍କ ଜାରି ରହିଥିବା ବେଳେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ପୁଣି ଥରେ ସହାୟତାର ହାତ ବଢାଇଛନ୍ତି। ସେ ୪,୦୦୦ ବଞ୍ଚିତ ତଥା ଶୋଷିତ ବ୍ୟକ୍ତିଙ୍କୁ ଆର୍ଥତ୍କ ଭାବେ ସହାୟତା ପ୍ରଦାନ କରୁଛନ୍ତି। ଏମାନଙ୍କ ମଧ୍ୟରେ ବ୍ରିହାନମୁମ୍ବାଇ ମ୍ୟୁନିସ୍‌ପାଲ କର୍ପୋରେଶନ (ବିଏମ୍‌ସି) ସ୍କୁଲର ଛାତ୍ରୀଛତ୍ର ମାନେ ସାମିଲ ରହିଛନ୍ତି। ତେବେ ସେ କେତେ ପରିମାଣରେ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି ସେ ବିଷୟରେ କୌଣସି ସୂଚନା ଦିଆଯାଇ ନାହିଁ।
ସଚିନ ‘ଏଚ୍‌ଆଇ୫ ଫାଉଣ୍ଡେଶନ’ ଏହି ଅର୍ଥ ପ୍ରଦାନ କରିଛନ୍ତି। ମୁମ୍ବାଇରେ ଏହା ଏକ ନନ୍‌ ପ୍ରଫିଟ୍‌ ଅର୍ଗାନାଇଜେଶନ ଭାବେ ଜଣାଶୁଣା। ଏଚ୍‌ଆଇ୫ ଫାଉଣ୍ଡେଶନ ଟିମ୍‌କୁ ସଚିନ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି। ଦିନ ମଜୁରିଆ ଓ ବଞ୍ଚିତ ଲୋକମାନଙ୍କୁ ସହାୟତା ପାଇଁ ପ୍ରୟାସ ଜାରି ରଖିଥିବାରୁ ସେ ଏହି ଫାଉଣ୍ଡେଶନକୁ ଧନ୍ୟବାଦ୍‌ ଜଣାଇଛନ୍ତି। ସଚିନଙ୍କୁ ମଧ୍ୟ ଉକ୍ତଫାଉଣ୍ଡେଶନ ଏହି ବହୁମୂଲ୍ୟ ସହାୟତା ପାଇଁ କୃତଜ୍ଞତା ଜଣାଇଛି।
ଉଲ୍ଲେଖଥାଉ କି, ପୂର୍ବରୁ ସଚିନ କରୋନା ଭାଇରସ୍‌ ବିରୋଧରେ ଚାଲିଥିବା ଲଢେଇ ପାଇଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପଣ୍ଡକୁ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୨୫ ଲକ୍ଷ ଟଙ୍କା ଲେଖାଏ ଦାନ କରିଛନ୍ତି। ପୂର୍ବରୁ ମଧ୍ୟ ସେ ମୁମ୍ବାଇର କେତେକ ଅଞ୍ଚଳରେ ଗୋଟିଏ ମାସ ପାଇଁ ୫,୦୦୦ ଲୋକଙ୍କୁ ଖାଦ୍ୟ ଦେବା ପାଇଁ ଖର୍ଚ୍ଚ ବହନ କରିଥିଲେ। ସଚିନଙ୍କୁ ବାଦ୍‌ ଦେଲେ ଅନ୍ୟ କ୍ରିକେଟରମାନେ ମଧ୍ୟ କୋଭିଡ-୧୯ ଲଢେଇରେ ସାମିଲ ହୋଇ ସହାୟତାର ହାତ ବଢାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri