Posted inଜାତୀୟ

୪୦୦ ଜିଲାରେ ଆୟୋଜିତ ହେବ ଋଣମେଳା:୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍‌ପିଏ ଘୋଷିତ ହେବନି ଏମ୍‌ଏସ୍‌ଏମ୍‌ଇ ଋଣ

ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ବ୍ୟାଙ୍କଗୁଡ଼ିକ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏମ୍‌ଏସ୍‌ଏମ୍‌ଇଙ୍କ ଋଣକୁ ଅନାଦାୟ ଋଣ ବା ଏନ୍‌ପିଏ ଘୋଷଣା କରିବେ ନାହିଁ। ଏ ନେଇ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୀତାରାମନ୍‌ ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏଠାରେ ବ୍ୟାଙ୍କ ମୁଖ୍ୟମାନଙ୍କ ସହ ଆଲୋଚନା ପରେ ସେ କହିଛନ୍ତି ଯେ, ଋଣ ପ୍ରଦାନ ପାଇଁ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଦେଶର ୪୦୦ ଜିଲାରେ ଋଣ ମେଳା ଆୟୋଜନ କରାଯିବ। ଏମ୍‌ଏସ୍‌ଏମ୍‌ଇ ଋଣକୁ ଏନ୍‌ପିଏ ଘୋଷଣା କରା ନ ଗଲେ ସେମାନଙ୍କୁ ସହାୟତା ମିଳିବ। ସେ କହିଛନ୍ତି ଯେ, କେତେକ ଅଣବ୍ୟାଙ୍କିଙ୍ଗ୍‌ କ୍ଷେତ୍ରକୁ ଚିହ୍ନଟ କରାଯାଇଛି ଯେଉଁମାନଙ୍କୁ ଋଣ ଉପଲବ୍‌ଧ କରାଯାଇପାରିବ। ଫଳରେ ଋଣ ନେବାକୁ ଇଚ୍ଛୁକ ବ୍ୟକ୍ତିବିଶେଷଙ୍କୁ ନଗଦ ଉପଲବ୍ଧ ହୋଇପାରିବ। ବ୍ୟାଙ୍କଗୁଡ଼ିକ ଆସନ୍ତା ୨୯ରୁ ପ୍ରଥମେ ୨୦୦ ଜିଲାରେ ଏନ୍‌ବିଏଫ୍‌ସି ଓ ଖୁଚୁରା ଋଣଗ୍ରହୀତାଙ୍କ ସହ ବୈଠକ କରିବେ। ଅକ୍ଟୋବର ୧୦ରୁ ୧୫ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟ ୨୦୦ ଜିଲାରେ ଏଭଳି ବୈଠକ ଆୟୋଜନ କରାଯିବ। ଏହାଦ୍ୱାରା ପାର୍ବଣ ଋତୁ ସମୟରେ ଅଧିକରୁ ଅଧିକ ଋଣ ପ୍ରଦାନ କରିବା ନିଶ୍ଚିତ ହୋଇପାରିବ ବୋଲି ମନେ କରାଯାଉଥିବା ସୀତାରାମନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri