୪୦୦ ଜିଲାରେ ଆୟୋଜିତ ହେବ ଋଣ ମେଳା;୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍‌ପିଏ ଘୋଷିତ ହେବନି ଏମ୍‌ଏସ୍‌ଏମ୍‌ଇ ଋଣ

ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ବ୍ୟାଙ୍କଗୁଡ଼ିକ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏମ୍‌ଏସ୍‌ଏମ୍‌ଇଙ୍କ ଋଣକୁ ଅନାଦାୟ ଋଣ ବା ଏନ୍‌ପିଏ ଘୋଷଣା କରିବେ ନାହିଁ। ଏ ନେଇ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୀତାରାମନ୍‌ ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏଠାରେ ବ୍ୟାଙ୍କ ମୁଖ୍ୟମାନଙ୍କ ସହ ଆଲୋଚନା ପରେ ସେ କହିଛନ୍ତି ଯେ, ଋଣ ପ୍ରଦାନ ପାଇଁ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଦେଶର ୪୦୦ ଜିଲାରେ ଋଣ ମେଳା ଆୟୋଜନ କରାଯିବ। ଏମ୍‌ଏସ୍‌ଏମ୍‌ଇ ଋଣକୁ ଏନ୍‌ପିଏ ଘୋଷଣା କରା ନ ଗଲେ ସେମାନଙ୍କୁ ସହାୟତା ମିଳିବ। ସେ କହିଛନ୍ତି ଯେ, କେତେକ ଅଣବ୍ୟାଙ୍କିଙ୍ଗ୍‌ କ୍ଷେତ୍ରକୁ ଚିହ୍ନଟ କରାଯାଇଛି ଯେଉଁମାନଙ୍କୁ ଋଣ ଉପଲବ୍‌ଧ କରାଯାଇପାରିବ। ଫଳରେ ଋଣ ନେବାକୁ ଇଚ୍ଛୁକ ବ୍ୟକ୍ତିବିଶେଷଙ୍କୁ ନଗଦ ଉପଲବ୍ଧ ହୋଇପାରିବ। ବ୍ୟାଙ୍କଗୁଡ଼ିକ ଆସନ୍ତା ୨୯ରୁ ପ୍ରଥମେ ୨୦୦ ଜିଲାରେ ଏନ୍‌ବିଏଫ୍‌ସି ଓ ଖୁଚୁରା ଋଣଗ୍ରହୀତାଙ୍କ ସହ ବୈଠକ କରିବ। ଅକ୍ଟୋବର ୧୦ରୁ ୧୫ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟ ୨୦୦ ଜିଲାରେ ଏଭଳି ବୈଠକ ଆୟୋଜନ କରାଯିବ। ଏହାଦ୍ୱାରା ପାର୍ବଣ ଋତୁ ସମୟରେ ଅଧିକରୁ ଅଧିକ ଋଣ ପ୍ରଦାନ କରିବା ନିଶ୍ଚିତ ହୋଇପାରିବ ବୋଲି ମନେ କରାଯାଉଥିବା ସୀତାରାମନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri