୪୦ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଲକ୍‌ଡାଉନ ଯୋଗୁ ଲୋକମାନେ ଘରୁ ପଦାକୁ ବାହାରୁ ନାହାନ୍ତି। ଏଥିଯୋଗୁ ଗ୍ରୀଷ୍ମ କଷ୍ଟରୁ ଆଶ୍ୱସ୍ତି ମିଳିଛି। ତେବେ କୃଷି ଓ ଅନ୍ୟାନ୍ୟ କାର୍ଯ୍ୟରେ ନିୟୋଜିତ ଥିବା ଲୋକମାନଙ୍କୁ ଖରା ଦାଉ ସାଧିଛି। ସୋମବାର ରାଜ୍ୟର ୫ ସହରରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ୍‌ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବଲାଙ୍ଗୀରରେ ସର୍ବାଧିକ ୪୧.୫ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ବୌଦ୍ଧ ୪୦.୮, ଟିଟିଲାଗଡ ୪୦.୫, ମାଲକାନଗିରି ୪୦.୨ ଏବଂ ତାଳଚେରରେ ସର୍ବାଧିକ ତାପମାତ୍ରା ୪୦.୧ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଏଥିସହିତ ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ୩୯.୮ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଭବାନୀପାଟଣା ୩୯.୮, ସୋନପୁର ୩୯.୮, ସମ୍ବଲପୁର ୩୯.୪, ଅନୁଗୋଳ ୩୯.୧, ନୟାଗଡ ୩୯ ଏବଂ ସୁନ୍ଦରଗଡରେ ସର୍ବୋଚ୍ଚ ତାପମାତ୍ରା ୩୮.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିିଶାର ଅଧିକାଂଶ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡତୋଫାନ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ନିଂ ଜାରି କରାଯାଇଛି। ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡବର୍ଷା ହେବା ସମ୍ଭାବନା ରହିଛି। ତେବେ ଏହି ସମୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ରୁ ୪୧ ଡିଗ୍ରୀ ସେଲସିୟସ୍‌ ମଧ୍ୟରେ ରହିବ। ଉପକୂଳ ଓଡିଶାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri