୪୦ ଡିଗ୍ରୀ ଟପିଲା ୨ ସହର

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ିଛି। କରୋନା ମହାମାରୀ ପାଇଁ ସମଗ୍ର ଦେଶ ଲକ୍‌ଡାଉନ ଥିବାରୁ ଲୋକମାନେ ଏହି ଗରମରୁ ତ୍ରାହି ପାଇଯାଇଛନ୍ତି। ସକାଳ ୯ଟାରୁ ଅପରାହ୍ନ ୫ଟା ଯାଏ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେଉଛି। କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଉପରକୁ ଉଠିଯାଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୯ଡିଗ୍ରୀ ଉପରେ ରହୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତାତିର ପ୍ରକୋପ ଆହୁରି ବୃଦ୍ଧି ପାଇବ। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସକୁ ଛୁଇଁବ। କେତେକ ସ୍ଥାନରେ ଏହା ଟପିଯିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ବୁଧବାର ରାଜ୍ୟର ବିଭନ୍ନ ଭାଗରେ ତାତିର ପ୍ରକୋପ ବୃଦ୍ଧି ପାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବାଧିକ ୪୦.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ମାଲକାନଗରିରେ ୪୦.୨, ବଲାଙ୍ଗୀରରେ ୪୦, ବୌଦ୍ଧରେ ୩୯.୫, ପାରଳାଖେମୁଣ୍ଡିରେ ୩୯.୨, ଭୁବନେଶ୍ୱରରେ ୩୯.୨, କଟକରେ ୩୯.୫, ଚାନ୍ଦବାଲିରେ ୩୮.୪, ଅନୁଗୋଳରେ ୩୮.୭, ବାରିପଦାରେ ୩୮.୫, ଝାରସୁଗୁଡ଼ାରେ ୩୮, ସମ୍ବଲପୁରରେ ୩୮ ଏବଂ ଭବାନୀପାଟଣାରେ ୩୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri