୪୦ ଡିଗ୍ରୀ ତଳକୁ ଖସିଲା ପାରଦ: ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟରେ ତାତି କମିଛି। ମେଘୁଆ ପାଗ ଯୋଗୁ ପାରଦ ୪୦ ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଆସନ୍ତା ଦୁଇ ଦିନ ରାଜ୍ୟରେ ପାଗ ମେଘୁଆ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଜିଲା ସମେତ ମୟୂରଭଞ୍ଜ, ରାୟଗଡ଼ା, କନ୍ଧମାଳ ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡ଼ାରେ ୪ ମିଲିମିଟର ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ୧୧.୮, ସୁନ୍ଦରଗଡ଼ରେ ୪, କୋରାପୁଟରେ ୪.୨, ମାଲକାନଗିରିରେ ୨୬, ଟିଟିଲାଗଡ଼ରେ ୧୪, ଦାରିଙ୍ଗିବାଡ଼ିରେ ୧୧, ବୌଦ୍ଧରେ ୧୧.୩ ଏବଂ ରାୟଗଡ଼ାରେ ୪.୨ ମିଲିମିଟର ବର୍ଷା ହୋଇଛି। ଝଡ଼ବର୍ଷା ଯୋଗୁ ରାଜ୍ୟରେ ତାତି ୩୧ରୁ ୩୮ ଡିଗ୍ରୀ ସେଲସିୟସକୁ ଖସି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?