Posted inଜାତୀୟ

୪୦ ଦିନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ସେନା

ନୂଆଦିଲ୍ଲୀ,୨୭।୧: ପ୍ରାୟ ୧୩ଲକ୍ଷ ଯବାନଙ୍କୁ ନେଇ ଭାରତୀୟ ସେନା ଧୀରେ ଧୀରେ ତା’ର ଶକ୍ତି ବୃଦ୍ଧି କରୁଛି ବୋଲି ଜଣାପଡିଛି। ସେନା ରକେଟ ଓ କ୍ଷେପଣାସ୍ତ୍ରଠାରୁ ଆରମ୍ଭ କରି ହାଇ କ୍ୟାଲିବର ଟ୍ୟାଙ୍କ ଓ ଆର୍ଟିଲରି ସେଲସ୍‌ ମଧ୍ୟ ଗଚ୍ଛିତ କରୁଛି। ଏହି ପ୍ରସ୍ତୁତି ଏମିତି ଭାବେ କରାଯାଉଛି ଯେମିତିକି ଯଦି ୧୦ ଦିନ ପର୍ଯ୍ୟନ୍ତ ଭୟାନକ ଯୁଦ୍ଧ ଲାଗିରହେ ତେବେ ଏହାର ମୁକାବିଲା କରିବାରେ କୌଣସି ଅସୁବିଧା ହେବ ନାହିଁ। ଆଗକୁ ଏହାର ବୃଦ୍ଧି କରାଯିବ ବୋଲି ଜଣାପଡିଛି। ଅର୍ଥାତ୍‌ ଯଦି ୪୦ ଦିନ ପର୍ଯ୍ୟନ୍ତ ଯୁଦ୍ଧ ଲାଗିରହେ ତେବେ ଏଥିପାଇଁ ମଧ୍ୟ ଭାରତୀୟ ସେନା ଅସ୍ତ୍ରଶସ୍ତ୍ର ଗଚ୍ଛିତ କରି ରଖିବ। ଏହା କୌଣସି ସମ୍ଭାବ୍ୟ ଯୁଦ୍ଧକୁ ଲକ୍ଷ୍ୟ କରି କରାଯାଉ ନାହିଁ ବରଂ ୨୦୨୨-୨୩ ମଧ୍ୟରେ ଭାରତୀୟ ସେନାକୁ ଆହୁରି ଶକ୍ତିଶାଳୀ କରିବା ଲକ୍ଷ୍ୟରେ ଏଭଳି କରାଯାଉଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସେନାଙ୍କ ନିକଟକୁ ଭିନ୍ନ ଭିନ୍ନ ପ୍ରକାରର ଅସ୍ତ୍ରଶସ୍ତ୍ର ପଠାଯିବ ଯାହା ୧୦ ଦିନ ପର୍ଯ୍ୟନ୍ତ ଯୁଦ୍ଧ ଲାଗି ରହିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ଏହିସବୁ ଅସ୍ତ୍ରଶସ୍ତ୍ର ବିଶେଷ ଭାବେ ଚାଇନା ଓ ପାକିସ୍ତାନକୁ ଦୃଷ୍ଟିରେ ରଖି ପ୍ରସ୍ତୁତ କରାଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri