୪୨ ତୁମ୍ବର ବିନ୍ଧ, ୨୪ ଚକ କାମ ଶେଷ

ପୁରୀ ଅଫିସ, ୧୯ା୫: ଶ୍ରୀନହର ସମ୍ମୁଖ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ସୋମବାର ସୁଦ୍ଧା ସମସ୍ତ ୪୨ ତୁମ୍ବର ବିନ୍ଧ କାମ ଶେଷ ହୋଇଛି। ତିନିରଥର ୨୪ଟି ଚକ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ଏଥିମଧ୍ୟରେ ନନ୍ଦିଘୋଷ ରଥର ୯ଟି, ତାଳଧ୍ୱଜ ରଥର ୮ଟି ଏବଂ ଦର୍ପଦଳନ ରଥର ୭ଟି ଚକ ରହିଛି। ସେହିପରି ତିନିରଥର ଦୁଇଟି ଲେଖାଏ ଚକର କାମ ଜାରି ରହିଛି। ପ୍ରତ୍ୟେକ ରଥ ପାଇଁ ଅଖ ହଣା କାର୍ଯ୍ୟ ଚାଲିଛି। ରୂପକାର ସେବକମାନେ ସୋମବାର ସୁଦ୍ଧା ନନ୍ଦିଘୋଷ ରଥର ୬ଟି ଗୁଜରେ ଖୋଦେଇ କାମ ସାରିଥିବାବେଳେ ଦର୍ପଦଳନ ରଥର ୫ଟି ଏବଂ ତାଳଧ୍ୱଜ ରଥର ୬ଟି ଗୁଜରେ ଖୋଦେଇ କାମ ସାରିଛନ୍ତି। ଅନ୍ୟଗୁଡ଼ିକର କାମ ଜାରି ରଖିଛନ୍ତି। ଦୋଳବେଦି ପରିସରରେ ଅସ୍ଥାୟୀ କମାରଶାଳରେ ଓଝା ସେବକମାନେ ବିଭିନ୍ନ ପ୍ରକାର ଅରକଣ୍ଟା, ବଳା, ପନ୍ଦାରୀ, ପନ୍ଦାରୀ ଚାବି ଆଦି ତିଆରି କରୁଛନ୍ତି। ଅନ୍ୟପକ୍ଷରେ ରଥଖଳାରେ କାମ ଆରମ୍ଭ ପୂର୍ବରୁ ରଥ ନିର୍ମାଣରେ ସମ୍ପୃକ୍ତ ସେବକମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ସମସ୍ତେ ସୁସ୍ଥ ଥିବା ଜଣାଯାଇଛି। ସେହିପରି ରଥ ନିର୍ମାଣରେ ସମ୍ପୃକ୍ତ ସେବକମାନେ ସମସ୍ତେ ମାସ୍କ ପିନ୍ଧୁଥିବାବେଳେ ହାତକୁ ଭଲ ଭାବେ ସଫା କରୁଛନ୍ତି। ରଥଖଳାରେ ସାନିଟାଇଜରର ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri