୪୩ ୟୁନିଟ୍‌ ରକ୍ତ ସଂଗୃହୀତ

ବାହାନଗା, ୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ କଲ୍ୟାଣି ପଞ୍ଚାୟତର ଗିଲିଦା ଉଚ୍ଚ ବିଦ୍ୟାଳୟ ପରିସରରେ ସରକାରଙ୍କ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ଜିବନ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହାକୁ ଅନୁଷ୍ଠାନିକ ଭାବେ ସୋର ବିଧାୟକ ପର୍ଶୁରାମ ଧଡା ଉଦ୍‌ଘାଟନ କରିଥିଲେ। ବାଲେଶ୍ୱର ଜିଲା ରକ୍ତଭଣ୍ଡାରର ଡାକ୍ତର ବସନ୍ତ ଉପାଧ୍ୟାୟଙ୍କ ନେତୃତ୍ୱରେ ରକ୍ତ ଦାତା ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ରକ୍ତ ସଂଗ୍ରହ କରାଯାଇଥିଲା। ତେବେ ଏହି କାର୍ଯ୍ୟକ୍ରମରେ ୪୩ ୟୁନିଟ୍‌ ରକ୍ତ ସଂଗୃହୀତ କରାଯାଇଥିଲା। କାର୍ଯ୍ୟକ୍ରମରେ ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲମ୍ବୋଧର ମିଶ୍ରଙ୍କ ସମେତ ପ୍ରଭାକର ମିଶ୍ର, କଲ୍ୟାଣି ପଞ୍ଚାୟତର ପୂର୍ବତନ ସରପଞ୍ଚ ନିଳାମ୍ବର ମହାଳିକ, ଜିଲା ବିଜୁ ମହିଳା ଦଳର ସମ୍ପାଦିକା ସବୀତା ଅଗସ୍ତି, ଜିଲା ବିଜୁ ଜନତା ଦଳର ସମ୍ପାଦକ ପ୍ରଦୀପ୍‌ କୁମାର ଯେନା, ଗିରିଶ୍‌ ଚନ୍ଦ୍ର ଦାଶ ଏବଂ ବିଜୁ ଯୁବ ବାହିନୀର କର୍ମକର୍ତ୍ତା ମାନେ ଉପସ୍ଥିତ ରହି ପରିଚାଳନା କରିଥିଲେ। ଲକ୍‌ଡାଉନ୍‌ରେ କର୍ମକର୍ତ୍ତା ଓ ରକ୍ତଦାତାମାନେ ସାମାଜିକ ଦୂରତ୍ୱକୁ ଆଖିଆଗରେ ରଖି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ରକ୍ତ ଦାତା ମାନଙ୍କୁ ପ୍ରମାଣ ପତ୍ର ସହିତ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri