୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ଟିଟିଲାଗଡ଼ ୪୪.୫ଡିଗ୍ରୀରେ ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ସେହିପରି ସମ୍ବଲପୁର ୪୪.୪, ବଲାଙ୍ଗୀର ଓ ସୋନପୁର ୪୪, ହୀରାକୁଦ ୪୩.୩, ଝାରସୁଗୁଡ଼ା ଓ ଭବାନୀପାଟଣା ୪୩, ଅନୁଗୋଳ ଓ ତାଳଚେର ୪୨.୧, ମାଲକାନଗିରି ୪୨ ଏବଂ ସୁନ୍ଦରଗଡ଼ ୪୧.୫ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ଏହାସହ କଟକ ୩୯.୪ ଓ ଭୁବନେଶ୍ୱର ୩୯.୭ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସହରରେ ହିଟ୍‌ ଓ୍ବେଭ୍‌ ଜାରି ରହିବ। ବଲାଙ୍ଗୀର, ସୋନପୁର, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଆଦି ୮ଜିଲାରେ ହିଟ୍‌ ଓ୍ବେଭ୍‌ ଜାରି ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ କୁହାଯାଇଛି। ବିଶେଷକରି ଖରାରେ ନ ବାହାରିବା, କାମ କରିବା ସ୍ଥାନରେ ପର୍ଯ୍ୟାପ୍ତ ପରିମାଣରେ ପାଣି ରଖିବାକୁ ପରାମର୍ଶ ଦିଆଯାଇଛି। ସେହିଭଳି ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୩ଟା ମଧ୍ୟରେ ବାହାରକୁ ନ ବାହାରିବାକୁ କୁହାଯାଇଛି। ଜରୁରୀ କାମ ଥିଲେ ମୁଣ୍ଡରେ ଓଦା କପଡ଼ା ପକାଇବାକୁ ପରାମର୍ଶ ଦେଇଛି ବିଭାଗ। ରୋଷେଇ କରିବା ସମୟରେ ଝରକା, କବାଟ ଖୋଲା ରଖିବାକୁ ବି ଓସ୍‌ଡମା ପରାମର୍ଶ ଦେଇଛି।
ସେପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି। ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ଯାଜପୁର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼ ଓ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବା ସମ୍ଭାବନା ରହିଛି। ତେବେ ୨୧ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ କାଳବୈଶାଖୀ ହୋଇପାରେ। ଏହି ସମୟରେ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?