ଛତ୍ରପୁର/ବ୍ରହ୍ମପୁର ଅଫିସ, ୮ା୩(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ୪୫୪ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଓ ସେମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଲାଗି ଏହି ଅଭିନବ ପଦକ୍ଷେପ ଜିଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଛି।
ପରେ ପର୍ଯ୍ୟାୟକ୍ରମେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ସମସ୍ତ ସରକାରୀ ସ୍କୁଲରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ । ଶନିବାର ଛାତ୍ରୀଛାତ୍ରମାନଙ୍କୁ ସବୁଦିନ ଭଳି ବହିଖାତା ନେଇ ସ୍କୁଲକୁ ଆସିବାକୁ ପଡିବନି । ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସ୍ଥାନୀୟ ପୁତିଗୋପାଳପୁର ସ୍କୁଲରୁ ଏହାର ଶୁଭାରମ୍ଭ କରିଛନ୍ତିି ା ମାନସିକ ଓ ବୌଦ୍ଧିକସ୍ତରର ବିକାଶ ପାଇଁ ଚାପମୁକ୍ତ ଶିକ୍ଷା ଦିଆଯିବା ସହ ଚିତ୍ରାଙ୍କନ, ନାଚଗୀତ, ସ୍କୁଲ ସଫେଇ ଏବଂ ଗପ ଶୁଣିବା ଓ କହିବା ଆଦି କରାଯାଉଛି ା ସବୁଦିନ ଭଳି ପ୍ରାର୍ଥନା ପରେ ଛାତ୍ରୀଛାତ୍ରମାନେ ସ୍କୁଲ ପରିସର ସଫା କରିଥିଲେ। ଏହାପରେ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। କରୋନା ଭାଇରସ୍ରୁ ରକ୍ଷା ପାଇବା ପାଇଁ ହାତ ଧୋଇବା, ମାସ୍କ ପିନ୍ଧିବା ଆଦି ସମ୍ପର୍କରେ ପିଲାମନଙ୍କୁ ସଚେତନ କରିବା ସହ ନିଜ ଘରେ ହୋଲି ଖେଳିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ସ୍ଥାନୀୟ କସ୍ତୁରବା ଗାନ୍ଧୀ ଆବାସିକ ବିଦ୍ୟାଳୟକୁ ଜିଲାପାଳ ଯାଇ ଛାତ୍ରୀଛାତ୍ରଙ୍କୁ ଏ ସମ୍ପର୍କରେ ସଚେତନ କରିଥିଲେ ା କାର୍ଯ୍ୟକ୍ରମରେ ସମଗ୍ର ଶିକ୍ଷା ଜିଲା ପ୍ରକଳ୍ପ ସଂଯୋଜିକା ବିନୀତା ସେନାପତି, ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ ା ସେହିପରି ବ୍ରହ୍ମପୁରରେ ଜିଲା ଶିକ୍ଷାଧିକାରୀ ଅମୁଲ୍ୟ କୁମାର ପ୍ରାଧାନ ହିଲ୍ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ା
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ
ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...
ଯାଉଥିବାବେଳେ ହଠାତ୍ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…
ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...
ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…
ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...
Archives


