ଛତ୍ରପୁର/ବ୍ରହ୍ମପୁର ଅଫିସ, ୮ା୩(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ୪୫୪ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଓ ସେମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଲାଗି ଏହି ଅଭିନବ ପଦକ୍ଷେପ ଜିଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଛି।
ପରେ ପର୍ଯ୍ୟାୟକ୍ରମେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ସମସ୍ତ ସରକାରୀ ସ୍କୁଲରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ । ଶନିବାର ଛାତ୍ରୀଛାତ୍ରମାନଙ୍କୁ ସବୁଦିନ ଭଳି ବହିଖାତା ନେଇ ସ୍କୁଲକୁ ଆସିବାକୁ ପଡିବନି । ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସ୍ଥାନୀୟ ପୁତିଗୋପାଳପୁର ସ୍କୁଲରୁ ଏହାର ଶୁଭାରମ୍ଭ କରିଛନ୍ତିି ା ମାନସିକ ଓ ବୌଦ୍ଧିକସ୍ତରର ବିକାଶ ପାଇଁ ଚାପମୁକ୍ତ ଶିକ୍ଷା ଦିଆଯିବା ସହ ଚିତ୍ରାଙ୍କନ, ନାଚଗୀତ, ସ୍କୁଲ ସଫେଇ ଏବଂ ଗପ ଶୁଣିବା ଓ କହିବା ଆଦି କରାଯାଉଛି ା ସବୁଦିନ ଭଳି ପ୍ରାର୍ଥନା ପରେ ଛାତ୍ରୀଛାତ୍ରମାନେ ସ୍କୁଲ ପରିସର ସଫା କରିଥିଲେ। ଏହାପରେ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। କରୋନା ଭାଇରସ୍ରୁ ରକ୍ଷା ପାଇବା ପାଇଁ ହାତ ଧୋଇବା, ମାସ୍କ ପିନ୍ଧିବା ଆଦି ସମ୍ପର୍କରେ ପିଲାମନଙ୍କୁ ସଚେତନ କରିବା ସହ ନିଜ ଘରେ ହୋଲି ଖେଳିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ସ୍ଥାନୀୟ କସ୍ତୁରବା ଗାନ୍ଧୀ ଆବାସିକ ବିଦ୍ୟାଳୟକୁ ଜିଲାପାଳ ଯାଇ ଛାତ୍ରୀଛାତ୍ରଙ୍କୁ ଏ ସମ୍ପର୍କରେ ସଚେତନ କରିଥିଲେ ା କାର୍ଯ୍ୟକ୍ରମରେ ସମଗ୍ର ଶିକ୍ଷା ଜିଲା ପ୍ରକଳ୍ପ ସଂଯୋଜିକା ବିନୀତା ସେନାପତି, ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ ା ସେହିପରି ବ୍ରହ୍ମପୁରରେ ଜିଲା ଶିକ୍ଷାଧିକାରୀ ଅମୁଲ୍ୟ କୁମାର ପ୍ରାଧାନ ହିଲ୍ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ା
ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…
ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…
ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…
ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…
ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…
ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍
ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…
ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…
ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…
ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…
ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…
Archives

