୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା

ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ। ନିର୍ବାଚନ ମଇଦାନରେ ଓହ୍ଲାଇଥିବା ସମସ୍ତ ୪୭ ପ୍ରତିଦ୍ୱନ୍ଦୀଙ୍କ ହୃଦସ୍ପନ୍ଦନ ବଢିବାରେ ଲାଗିଛି। କାହା ମୁଣ୍ଡରେ ହାତୀ ସୁନା କଳସ ଢାଳିବ ତାହା ସନ୍ଧ୍ୟା ସୁଦ୍ଧା ବେସରକାରୀ ଭାବେ ସ୍ପଷ୍ଟ ହୋଇଯିବ। ଜିଲା ପାଇଁ ମୋଟ ଦୁଇଟି ସ୍ଥାନରେ ଗଣତି ଆରମ୍ଭ ହୋଇଛି l ଭଦ୍ରକ କଲେଜ ଓ ଜିଲା ସଂସ୍କୃତି ଭବନ ପରିସରରେ ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି l ତେବେ ଫଳାଫଳ ଘୋଷଣା ପରେ ପରିସ୍ଥିତି ଉପରେ ନଜର ରଖିଛି ଜିଲା ପୋଲିସ। ଭଦ୍ରକ ସଂସଦୀୟ କ୍ଷେତ୍ର ଓ ୫ ବିଧାନସଭା ଆସନ ପାଇଁ ମୋଟ ୪୭ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ରହିଛନ୍ତି। ଏହି ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ଲକ୍‌ ହୋଇ ରହିଛି। ଏହି ପ୍ରାର୍ଥୀମାନଙ୍କ ମଧ୍ୟରୁ ଭଦ୍ରକ ଲୋକସଭା ପାଇଁ ୮ଜଣ, ଭଣ୍ଡାରିପୋଖରୀ ବିଧାନସଭା ପାଇଁ ୧୦, ଭଦ୍ରକ ବିଧାନସଭା ପାଇଁ ୮, ବାସୁଦେବପୁର ବିଧାନସଭା ପାଇଁ ୬, ଧାମନଗର ବିଧାନସଭା ପାଇଁ ୮ ଏବଂ ଚାନ୍ଦବାଲି ବିଧାନସଭା ପାଇଁ ୭ଜଣ ପ୍ରାର୍ଥୀ ରହିଥିବା ଜଣାପଡିଛି। ମୋଟ ଭଦ୍ରକ ଲୋକସଭା ପାଇଁ ୮ ଜଣ ପ୍ରାର୍ଥୀଙ୍କୁ ୧୨ ଲକ୍ଷ ୧୭ ହଜାର ୯୦୯ ଭୋଟର ମତଦାନ କରିଥିବା ବେଳେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ର ପାଇଁ ୧ ଲକ୍ଷ ୭୩ ହଜାର ୪୬୮ ଭୋଟର ମତଦାନ କରିଛନ୍ତି। ସେହିଭଳି ଭଦ୍ରକ ବିଧାନସଭା କ୍ଷେତ୍ର ପାଇଁ ୧ ଲକ୍ଷ ୮୦ ହଜାର ୨୪୭, ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ୧ ଲକ୍ଷ ୮୮ ହଜାର ୨୩୮, ଧାମନଗର ବିଧାନସଭା କ୍ଷେତ୍ର ପାଇଁ ୧ ଲକ୍ଷ ୬୬ ହଜାର ୬୦୦, ଚାନ୍ଦବାଲି ବିଧାନସଭା କ୍ଷେତ୍ର ପାଇଁ ୧ ଲକ୍ଷ ୮୦ ହଜାର ୮୦୫ ଭୋଟର ନିଜ ପ୍ରିୟ ନେତାଙ୍କୁ ମତଦାନ କରିଛନ୍ତି। ଚଳିତ ନିର୍ବାଚନରେ ମୋଟ ୭୩.୪୨ ପ୍ରତିଶତ ମତଦାନ ହୋଇଥିବା ବେଳେ ପୁରୁଷ ମତଦାନ ହାର ୫ ଲକ୍ଷ ୯୮ ହଜାର ୩୯୨(୬୯.୬୩ ପ୍ରତିଶତ), ମହିଳା ମତଦାନ ହାର ୬ ଲକ୍ଷ ୧୯ ହଜାର ୫୦୪ ମତଦାନ (୭୭.୫୧ ପ୍ରତିଶତ) ଓ ଅନ୍ୟାନ୍ୟ ୧୩ ଜଣ (୧୦.୪୮ ପ୍ରତିଶତ) ମତଦାନ ହାର ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?