୪୮ ଘଣ୍ଟାରେ ୨ ବୋମାମାଡ଼

କଟକ ଅଫିସ, ୨୩ା୧୧: ଗତ ୪୮ଘଣ୍ଟା ମଧ୍ୟରେ କଟକ କମିଶନରେଟ୍‌ ପୋଲିସ ଅଧୀନ ଦୁଇଟି ସ୍ଥାନରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ସହରବାସୀ ଆତଙ୍କିତ ହୋଇପଡ଼ିଥିବାବେଳେ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ପୂର୍ବ ଶତ୍ରୁତାକୁ ନେଇ ଏହି ଦୁଇଟି ଘଟଣା ଘଟିଥିବା ପୋଲିସ ସୂଚନା ଦେଇଛି। ତେବେ କଟକରେ ନୂଆ ଅପରାଧୀ ଗୋଷ୍ଠୀ ନିଜର କାୟାବିସ୍ତାର କରୁଥିବା ସାଧାରଣରେ ଆଲୋଚନା ହେଉଛି।
ଶୁକ୍ରବାର ଅପରାହ୍ନରେ ଦରଘାବଜାର ଥାନା ଅଧୀନ ଓଡ଼ିଆ ବଜାରର ଏସ୍‌କେ ବାବୁଙ୍କ ଘର ଉପରକୁ ବୋମାମାଡ ହୋଇଛି। ଅପରାହ୍ନ ପ୍ରାୟ ସାଢେ ୩ଟାରେ ୩ଜଣ ବ୍ୟକ୍ତି ମୁହଁରେ ରୁମାଲ ବାନ୍ଧି ଗୋଟିଏ ବାଇକ୍‌ରେ ବାବୁଙ୍କ ଘର ନିକଟକୁ ଆସି ଦୁଇଟି ବୋମାମାଡ କରିଥିଲେ। ଗୋଟିଏ ବୋମା ବାବୁଙ୍କ ଘର ଉପରେ ପଡ଼ିଥିବାବେଳେ ଅନ୍ୟଟି ଛିଟିକି ପଡ଼ି ଘର ପାଖ ଡ୍ରେନ୍‌ରେ ପଡ଼ି ଯାଇଥିଲା। ଏହି ସମୟରେ ଘରେ କେହି ନ ଥିବାରୁ ବୋମାମାଡ଼ରେ କୌଣସି କ୍ଷୟକ୍ଷତି ହୋଇନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ବୋମାମାଡ ଘଟିଥିବା ପୋଲିସ ଜାଣିବାକୁ ପାଇଛି। ଦରଘାବଜାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଏ ନେଇ ବାବୁଙ୍କ ପୁଅ ସାହିଲ ବକ୍ସ ଥାନାରେ ଅଭିଯୋଗ କରିଛନ୍ତି।
ସେହିପରି ବୁଧବାର ରାତିରେ ଜଗତ୍‌ପୁର ଥାନା ବହୁଗ୍ରାମ ଫାଣ୍ଡି ଅନ୍ତର୍ଗତ ନୃସିଂହବଜାର ନିକଟରେ ବୋମାମାଡ଼ ହୋଇଥିଲା। ନୃସିଂହ ବଜାରରେ ହୋମିଓପ୍ୟାଥୀ ଦୋକାନ କରିଥିବା ଏସ୍‌କେ ସୌକତ ଅଲ୍ଲୀ ରାତି ପ୍ରାୟ ସାଢ଼େ ୯ଟାରେ ଦୋକାନ ବନ୍ଦ କରି ପୂର୍ବକଚ୍ଛ ଅନ୍ତର୍ଗତ ଇସ୍‌ଲାମପୁରସ୍ଥିତ ତାଙ୍କ ଘରକୁ ଫେରୁଥିଲେ। ଏହି ସମୟରେ ୩ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ଉପରକୁ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ଏଥିରେ ସୌକତ ଆହତ ହୋଇଛନ୍ତି। ସୌକତଙ୍କ ପକ୍ଷରୁ ଏ ନେଇ ଥାନାରେ ଅଭିଯୋଗ କରାଯାଇଛି। ବୋମାମାଡ଼ କରିଥିବା ୩ଜଣଙ୍କ ମଧ୍ୟରୁ ୨ଜଣଙ୍କୁ ସୌକତ ଚିହ୍ନିଥିବା ନେଇ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି। ଏହା ପରେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇନାହିଁ। ପୂର୍ବରୁ ସୌକତଙ୍କ ପରିବାର ସହ ଅଭିଯୁକ୍ତଙ୍କ ଗଣ୍ଡଗୋଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri