୪୮ ଘଣ୍ଟାରେ ୨ ବୋମାମାଡ଼

କଟକ ଅଫିସ, ୨୩ା୧୧: ଗତ ୪୮ଘଣ୍ଟା ମଧ୍ୟରେ କଟକ କମିଶନରେଟ୍‌ ପୋଲିସ ଅଧୀନ ଦୁଇଟି ସ୍ଥାନରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ସହରବାସୀ ଆତଙ୍କିତ ହୋଇପଡ଼ିଥିବାବେଳେ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ପୂର୍ବ ଶତ୍ରୁତାକୁ ନେଇ ଏହି ଦୁଇଟି ଘଟଣା ଘଟିଥିବା ପୋଲିସ ସୂଚନା ଦେଇଛି। ତେବେ କଟକରେ ନୂଆ ଅପରାଧୀ ଗୋଷ୍ଠୀ ନିଜର କାୟାବିସ୍ତାର କରୁଥିବା ସାଧାରଣରେ ଆଲୋଚନା ହେଉଛି।
ଶୁକ୍ରବାର ଅପରାହ୍ନରେ ଦରଘାବଜାର ଥାନା ଅଧୀନ ଓଡ଼ିଆ ବଜାରର ଏସ୍‌କେ ବାବୁଙ୍କ ଘର ଉପରକୁ ବୋମାମାଡ ହୋଇଛି। ଅପରାହ୍ନ ପ୍ରାୟ ସାଢେ ୩ଟାରେ ୩ଜଣ ବ୍ୟକ୍ତି ମୁହଁରେ ରୁମାଲ ବାନ୍ଧି ଗୋଟିଏ ବାଇକ୍‌ରେ ବାବୁଙ୍କ ଘର ନିକଟକୁ ଆସି ଦୁଇଟି ବୋମାମାଡ କରିଥିଲେ। ଗୋଟିଏ ବୋମା ବାବୁଙ୍କ ଘର ଉପରେ ପଡ଼ିଥିବାବେଳେ ଅନ୍ୟଟି ଛିଟିକି ପଡ଼ି ଘର ପାଖ ଡ୍ରେନ୍‌ରେ ପଡ଼ି ଯାଇଥିଲା। ଏହି ସମୟରେ ଘରେ କେହି ନ ଥିବାରୁ ବୋମାମାଡ଼ରେ କୌଣସି କ୍ଷୟକ୍ଷତି ହୋଇନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ବୋମାମାଡ ଘଟିଥିବା ପୋଲିସ ଜାଣିବାକୁ ପାଇଛି। ଦରଘାବଜାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଏ ନେଇ ବାବୁଙ୍କ ପୁଅ ସାହିଲ ବକ୍ସ ଥାନାରେ ଅଭିଯୋଗ କରିଛନ୍ତି।
ସେହିପରି ବୁଧବାର ରାତିରେ ଜଗତ୍‌ପୁର ଥାନା ବହୁଗ୍ରାମ ଫାଣ୍ଡି ଅନ୍ତର୍ଗତ ନୃସିଂହବଜାର ନିକଟରେ ବୋମାମାଡ଼ ହୋଇଥିଲା। ନୃସିଂହ ବଜାରରେ ହୋମିଓପ୍ୟାଥୀ ଦୋକାନ କରିଥିବା ଏସ୍‌କେ ସୌକତ ଅଲ୍ଲୀ ରାତି ପ୍ରାୟ ସାଢ଼େ ୯ଟାରେ ଦୋକାନ ବନ୍ଦ କରି ପୂର୍ବକଚ୍ଛ ଅନ୍ତର୍ଗତ ଇସ୍‌ଲାମପୁରସ୍ଥିତ ତାଙ୍କ ଘରକୁ ଫେରୁଥିଲେ। ଏହି ସମୟରେ ୩ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ଉପରକୁ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ଏଥିରେ ସୌକତ ଆହତ ହୋଇଛନ୍ତି। ସୌକତଙ୍କ ପକ୍ଷରୁ ଏ ନେଇ ଥାନାରେ ଅଭିଯୋଗ କରାଯାଇଛି। ବୋମାମାଡ଼ କରିଥିବା ୩ଜଣଙ୍କ ମଧ୍ୟରୁ ୨ଜଣଙ୍କୁ ସୌକତ ଚିହ୍ନିଥିବା ନେଇ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି। ଏହା ପରେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇନାହିଁ। ପୂର୍ବରୁ ସୌକତଙ୍କ ପରିବାର ସହ ଅଭିଯୁକ୍ତଙ୍କ ଗଣ୍ଡଗୋଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri