Posted inଜାତୀୟ

୪୯ ବର୍ଷରେ ପାଦ ଦେଲେ ରାହୁଲ ଗାନ୍ଧୀ: ଏବେ ୨୦୨୪କୁ ଆଶା

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ୪୯ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୭୦ ଜୁନ୍‌ ୧୯ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ରାହୁଲଙ୍କ ବୟସ ବଢ଼ିବା ସହିତ କଂଗ୍ରେସର ସ୍ଥିତି ଧୀରେ ଧୀରେ ସଙ୍କଟ ଦେଇ ଗତି କରୁଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ୨୦୧୪ ଲୋକ ସଭା ନିର୍ବାଚନରେ କଂଗ୍ରେସ ୪୪ ଆସନରେ ସୀମିତ ରହିଥିବାବେଳେ ୨୦୧୯ରେ ଏହା ୫୨ ଆସନ ହାତେଇବାକୁ ସକ୍ଷମ ହୋଇଛି। ଗତ ଲୋକ ସଭା ନିର୍ବାଚନରେ ରାହୁଲଙ୍କ ଚୌକିଦାର ଚୋର୍‌ ହୈ ସ୍ଲୋଗାନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲାକୋଟ ଷ୍ଟ୍ରାଇକ୍‌ ଆଗରେ ଫିକା ପଡ଼ିଯାଇଥିଲା। ଫଳରେ କଂଗ୍ରେସ ଦଳ ୨୦୧୪ ତୁଳନାରେ ମାତ୍ର ୮ଟି ଆସନ ଅଧିକ ପାଇଥିଲା। ରାଜନୈତିକ ସମୀକ୍ଷକଙ୍କ ଅନୁସାରେ ରାହୁଲଙ୍କ ନିର୍ବାଚନ ପ୍ରଚାରରେ ପାରମ୍ପରିକ ଧାରାରେ ହେବାରୁ ଦଳର ସ୍ଥିତି ଏଭଳି ହେଲା। ଭାଜପା ଆମେରିକା ରାଷ୍ଟ୍ରପତି ନିର୍ବାଚନ ଭଳି ସୋସିଆଲ୍‌ ମିଡ଼ିଆକୁ ଅଧିକ ପ୍ରାଧାନ୍ୟ ଦେବାରୁ ଘରେ ଘରେ ବିକାଶର ବାର୍ତ୍ତା ପହଞ୍ଚିଥିଲା। ଫଳରେ ଦଳର ପ୍ରଦର୍ଶନ ଭଲ ରହିଥିଲା। ମୋଦି ଏବଂ ଶାହଙ୍କ ଭଳି ଅଭିଜ୍ଞ ରାଜନେତାଙ୍କ ସମ୍ମୁଖରେ ରାହୁଲଙ୍କ ପାରମ୍ପରିକ ପ୍ରଚାର କାମ ଦେଇ ନ ଥିବା କୁହାଯାଉଛି। ଅପର ପକ୍ଷରେ କଂଗ୍ରେସ ନେତା ଏକଜୁଟ ହୋଇ ପରବର୍ତ୍ତୀ ନିର୍ବାଚନରେ ଲଢ଼ିବାର ଆବଶ୍ୟକତା ରହିଛି। ତୃଣମୂଳସ୍ତରରେ ସଂଗଠନକୁ ସୁଦୃଢ଼ କରିବା ଉପରେ ରାହୁଲ ଏବେ ଗୁରୁତ୍ୱଦେବା ଆରମ୍ଭ କରିଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନ ବେଳକୁ ରାହୁଲଙ୍କୁ ୫୪ ବର୍ଷ ହୋଇଥିବ। ଯଦି କଂଗ୍ରେସ ସେତେବେଳକୁ ଭଲ ପ୍ରଦର୍ଶନ କରିବ ତେବେ ହୁଏତ ରାହୁଲ ପ୍ରଧାନମନ୍ତ୍ରୀ ଭାବେ ଦେଶର ମଙ୍ଗ ଧରିବାକୁ ସକ୍ଷମ ହେବେ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri