୪ ଅଭିଯୁକ୍ତ ଗିରଫ: ମାରଣାସ୍ତ୍ର ଜବତ

ଯୋଡ଼ା,୧୧।୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ୍‌ ଏକ ବଡ ଧରଣର ଡକାୟତି ଯୋଜନାକୁ ପଣ୍ଡ କରି ଏଥିରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ଟାଟା ସଫାରି ଗାଡି ଓ ବିଭିନ୍ନ ମାରଣାସ୍ତ୍ର ଜବତ ହୋଇଛି। ଅଭିଯୁକ୍ତମାନେ ହେଲେ ଯୋଡା ଅଞ୍ଚଳର ବିନ୍ଦାସ୍‌ ଖାଲକୋ, ଭରତ ଦାସ, ରୋସନ କର୍ମକାର ଓ ରଞ୍ଜିତ ଦାସ୍‌ । ଥାନା ଓଆଇସି ଅମିତାଭ୍‌ ଦାସ୍‌ଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ବନ୍ଧୁଆବେଡା ଖେଳ ପଡ଼ିଆଠାରେ ରବିବାର ବିଳମ୍ବିତ ରାତରେ ଏକ ଟାଟା ସଫାରି ଗାଡ଼ି (ନଂ. ଜେଏଚ ୦୫ ବି -୧୪୨୭)ରେ ଗିରଫ ହୋଇଥିବା ୪ ଅଭିଯୁକ୍ତ ଯାଇ ସେଠାରେ ଡକାୟତି ପାଇଁ ଯୋଜନା କରୁଥିଲେ ା ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଓଆଇସି ଦାସ୍‌ଙ୍କ ନେତୃତ୍ୱରେ ଥାନା ଏସଆଇ ଜନ୍‌ ପଟ୍ଟନାୟକ ସଦଳବଳେ ସେଠାରେ ଚଢାଉ କରି ଉକ୍ତ ସେମାନଙ୍କୁ କାବୁ କରିଥିଲେ। ଗିରଫ ଅଭିଯୁକ୍ତଙ୍କ ନାମରେ ଯୋଡା, ବଡବିଲ ଓ ବଲାଣି ଥାନାରେ ୬ରୁ ୭ ଟି ବିଭିନ୍ନ ଅପରାଧିକ ମାମଲା ଥିବା ତଦନ୍ତ ବେଳେ ଜଣାପଡ଼ିଥିବା ଓଆଇସି ଦାସ କହିଛନ୍ତି। ଏନେଇ ଥାନାରେ ଏକ ମାମଲା(ନଂ. ୧୬/୨୦୨୦) ରୁଜୁ ହୋଇ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri