୪ ଜିଲାରେ ଅମ୍ଫନ ପ୍ରଭାବ: ବିଦ୍ୟୁତ୍‌ ବିଭାଗର ୬୨କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କ୍ଷତି

ବାଲେଶ୍ୱର ଅଫିସ,୨୭।୫-ମହାବାତ୍ୟା ଅମ୍ଫନ ଉତ୍ତରଓଡ଼ିଶାରେ ତାଣ୍ଡବ ରଚିଥିଲା। ଏଥିରେ ବିଦ୍ୟୁତ୍‌ ବିଭାଗର ବ୍ୟାପକ କ୍ଷୟକ୍ଷତି ହୋଇଛି। ଗାଁଠାରୁ ସହର ପର୍ଯ୍ୟନ୍ତ ୩୩କେଭି, ୧୧କେଭି ଏବଂ ଏଲ୍‌ଟି ଲାଇନ୍‌ ଖୁଣ୍ଟି ଭାଙ୍ଗି ଯାଇଥିବା ବେଳେ ତାର ଛିଣ୍ଡି ତଳେ ପଡ଼ିଥିଲା। ଏଥିରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲାର ୧୬, ୧୦, ୬୨୬ ଉପଭୋକ୍ତା ପ୍ରଭାବିତ ହେବା ସହ ୬୨କୋଟି ୨୪ଲକ୍ଷ ଟଙ୍କାର ସାମଗ୍ରୀ କ୍ଷୟକ୍ଷତି ହୋଇଥିବା ନେସ୍କୋ ତରଫରୁ ଆକଳନ କରାଯାଇ ରାଜ୍ୟସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି।
ଅମ୍ଫନ୍‌ ପ୍ରଭାବରେ ବାଲେଶ୍ୱର ଜିଲାର ୩୬୦ ପଞ୍ଚାୟତର ୩୯୧୨ଗାଁରୁ ୨୩୧ ପଞ୍ଚାୟତର ୨୮୯୮ ଗାଁ କ୍ଷୟକ୍ଷତିର ଶିକାର ହୋଇଥିଲେ। ମୁଖ୍ୟତଃ ଉତ୍ତର ବାଲେଶ୍ୱରର ଚନ୍ଦନେଶ୍ୱର, ଭୋଗରାଇ, ବାଲିଆପାଳ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବସ୍ତା, ଜାମଶୂଳ, ଗାନ୍ଧୀଛକ, ଚାନ୍ଦିପୁର ଅଞ୍ଚଳରେ ମଧ୍ୟ ଅଧିକ ପରିମାଣର କ୍ଷୟକ୍ଷତି ହୋଇଥିଲା। ନେସ୍କୋ ପକ୍ଷରୁ ୧୯୬୫ ଜଣ ବିଦ୍ୟୁତ୍‌ କର୍ମଚାରୀ ନିୟୋଜିତ କରାଯାଇ ସହରାଞ୍ଚଳଗୁଡ଼ିକୁ ୮ଘଣ୍ଟାରୁ ୧୬ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ଯୋଗାଇ ଦିଆଯାଇଥିବା ବେଳେ ୨୬ ତାରିଖ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲାର ବିଦ୍ୟୁତ୍‌ ସରବରାହ ପରିସ୍ଥିତିକୁ ସ୍ବାଭାବିକ କରାଯାଇପାରିଛି। ମାତ୍ର ମୟୂରଭଞ୍ଜର କେତେକ ଅପହଞ୍ଚ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ଆସନ୍ତା ୨/୩ ଦିନ ମଧ୍ୟରେ ସ୍ବାଭାବିକ କରାଯିବ ବୋଲି ନେସ୍କୋ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri