Posted inଜାତୀୟ

୪ ଜେଇଏମ୍‌ ଆତଙ୍କବାଦୀଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୩ା୨(ପି.ଟି.): ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣର ପାକିସ୍ତାନୀ ମାଷ୍ଟରମାଇଣ୍ଡଙ୍କ ୪ ସହଯୋଗୀ ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଛି। ଗତବର୍ଷ ସେପ୍ଟେମ୍ବରରେ ଦାଖଲ ଚାର୍ଜଶିଟ୍‌ରେ ପୁଲ୍‌ଓ୍ବାମା ଆକ୍ରମଣ ମାଷ୍ଟରମାଇଣ୍ଡ ମୁଦାସିର୍‌ ଅହମଦ ଖାନ୍‌ଙ୍କ ଘନିଷ୍ଠ ସହଯୋଗୀ ଜେଇଏମ୍‌ ସଦସ୍ୟ ସଜ୍ଜାଦ ଅହମଦ ଖାନ୍‌ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିବା କୁହାଯାଇଥିଲା। ବୁଧବାର ୪ ଜେଇଏମ୍‌ ସଦସ୍ୟଙ୍କ ବିରୋଧରେ ଅପରାଧ ଷଡ଼ଯନ୍ତ୍ର, ଭାରତ ସରକାରଙ୍କ ବିରୋଧରେ ଯୁଦ୍ଧ ଆହ୍ବାନ କରିବା ବା ଯୁଦ୍ଧଭଳି ସ୍ଥିତି ସୃଷ୍ଟି କରିବା ଏବଂ ବେଆଇନ କାର୍ଯ୍ୟକଳାପ (ପ୍ରତିକାର) ଆଇନର ବିଭିନ୍ନ ଦଫାରେ ମାମଲା ରୁଜୁ ହୋଇଛି। ସେମାନେ ହେଲେ ସଜ୍ଜାଦ ଅହମଦ ଖାନ୍‌, ବିଲାଲ ଅହମଦ ମୀର୍‌, ଇଶ୍‌ଫାକ୍‌ ଅହମଦ ଭଟ୍ଟ ଏବଂ ମେହରାଜ-ଉଦ୍‌-ଦିନ୍‌ ଚୋପାନ। ସମସ୍ତେ ପୁଲ୍‌ଓ୍ବାମା ବାସିନ୍ଦା। ଗତବର୍ଷ ମାର୍ଚ୍ଚରେ ସୁରକ୍ଷାକର୍ମୀଙ୍କ ସହ ଏନ୍‌କାଉଣ୍ଟରରେ ମୁଦାସିର ନିହତ ହେବା ପରେ ତାଙ୍କ ବିରୋଧରେ ଅଭିଯୋଗ ପ୍ରତ୍ୟାହାର କରିନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri