Posted inଫୁରସତ

୪ ଟଙ୍କା ପାଇଁ ୮ମାସର ଲଢ଼େଇ

ଗ୍ବାଲିୟର: ମାତ୍ର ୪ ଟଙ୍କା ୧୦ ପଇସା ପାଇଁ ଆଠ ମାସର ଆଇନଗତ ଲଢେଇ । କଥାଟା ଶୁଣିବାକୁ ଅଜବ ଲାଗୁଥିଲେ ବି ବାସ୍ତବରେ ଏପରି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶର ଗ୍ବାଲିୱରରେ । ଏଇ ଅଞ୍ଚଳର ଆନନ୍ଦ ପ୍ରତାପ ସିଂହ ନାମକ ଜଣେ ବ୍ୟକ୍ତି ରିଲାଏନ୍ସ ମାର୍ଟରୁ ଗତ ବର୍ଷ ମେ ମାସରେ ୩ ହଜାର ୭୪୬ ଟଙ୍କା ୫୦ ପଇସାର ସାମଗ୍ରୀ କିଣିଥିଲେ । କିନ୍ତୁ ଘରକୁ ଯାଇ ବିଲ୍‌ ଚେକ୍‌ କରିବାରୁ ଜାଣିଥିେଲେ ଯେ, ସେ କିଣିଥିବା ଏକ ହେୟାର ବ୍ୟାଣ୍ଡ୍‌ର ମୂଲ୍ୟ ୨୨ ଟଙ୍କା ଥିଲାବେଳେ ବିଲରେ ତାଙ୍କ ଠାରୁ ୨୬ ଟଙ୍କା ୧୦ ପଇସା ନିଆଯାଇଥିଲା ।
ଏଇ ଅଭିଯୋଗ ନେଇ ସେ ରିଲାଏନ୍ସ ମାର୍ଟକୁ ଯାଇଥିଲେ ଏବଂ ତାଙ୍କ ଠାରୁ କାହିଁକି ୪ ଟଙ୍କ ୧୦ ପଇସା ଅଧିକ ନିଆଯାଇଛି ବୋଲି ପ୍ରଶ୍ନ କରିଥିଲେ ।
କିନ୍ତୁ ଆନନ୍ଦଙ୍କର ଏଇ ଅଭିଯୋଗ ପରେ ତାଙ୍କୁ ମାର୍ଟ ପକ୍ଷରୁ ଅଭଦ୍ର ବ୍ୟବହାର କରାଯାଇଥିଲା । ଫଳରେ ସେ ଜିଲା ଉପଭୋକ୍ତା ଫୋରମ୍‌ରେ ଅଭିଯୋଗ କରିଥିଲେ । ଶେଷରେ ୮ମାସର ନ୍ୟାୟିକ ବିଚାର ପ୍ରକ୍ରିୟା ପରେ ଫୋରମ ପକ୍ଷରୁ ମାର୍ଟକୁ ଆନନ୍ଦଙ୍କର ୪ ଟଙ୍କା ୧୦ ପଇସା ଫେରାଇବା ପାଇଁ ର୍ନିଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri