Posted inଖେଳ

୪ ତାରିଖରେ ଜଣାପଡ଼ିପାରେ ଧୋନୀଙ୍କ ଭାଗ୍ୟ

ନୂଆଦିଲ୍ଲୀ,୨୮।୮: ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ନାହାନ୍ତି। କିନ୍ତୁ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଭାରତୀୟ ଦଳରେ ତାଙ୍କ ସ୍ଥାନ ପାଇବାର ବିଶେଷ ସମ୍ଭାବନା ନାହିଁ। ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବାକୁ ଥିବା ସିରିଜ୍‌ ଲାଗି ୪ ତାରିଖରେ ଦଳ ଘୋଷଣା କରାଯିବା ନେଇ ଆଶା କରାଯାଉଛି। ପ୍ରଥମ ମ୍ୟାଚ୍‌ ଧର୍ମଶାଳାଠାରେ ଖେଳାଯିବା ପରେ ଦ୍ୱିତୀୟଟି ୧୮ରେ ମୋହାଲି ଓ ଅନ୍ତିମ ତଥା ୩ୟ ମ୍ୟାଚ୍‌ ୨୨ ତାରିଖରେ ବେଙ୍ଗାଲୁରୁଠାରେ ଖେଳାଯିବ। ଓ୍ବେଷ୍ଟଇଣ୍ଡିଜକୁ ୩-୦ ବ୍ୟବଧାନରେ ପରାସ୍ତ କରିଥିବା ଭାରତୀୟ ଦଳରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। କାରଣ ୨୦୨୦ରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପୂର୍ବରୁ ଦଳ ନିକଟରେ ୨୨ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ରହିଛି। ଏହାକୁ ଦୃଷ୍ଟିରେ ରଖି ଚୟନ କମିଟି ଆଗକୁ ବଢ଼ିବାର ନିଷ୍ପତ୍ତି ନେଇଛି ବୋଲି ସିନିୟର ବିସିସିଆଇ କର୍ମକର୍ତ୍ତା କହିଛନ୍ତି। ସେମାନେ ସୀମିତ ଓଭର କ୍ରିକେଟ ପାଇଁ ୩ ଜଣିଆ ଉଇକେଟକିପର ପୁଲ ରଖିବାକୁ ଯୋଜନା କରୁଛନ୍ତି। ଅବସର ବ୍ୟକ୍ତିଗତ ନିଷ୍ପତ୍ତି। ଜଣଙ୍କୁ ଅବସର ପାଇଁ ବାଧ୍ୟ କରିବାର ଅଧିକାର ଚୟନକର୍ତ୍ତା କିମ୍ବା କାହାରି ନାହିଁ। କିନ୍ତୁ ସେମାନଙ୍କ ନିକଟରେ ବିଶ୍ୱ ଟି୨୦ ପୂର୍ବରୁ ରୋଡ୍‌ମ୍ୟାପ ପ୍ରସ୍ତୁତ କରିବାର ଦାୟିତ୍ୱ ରହିଛି ବୋଲି ଉକ୍ତ ଅଫିସିଆଲ କହିଛନ୍ତି। ଏବେପର୍ଯ୍ୟନ୍ତ ଧୋନୀଙ୍କ ଯୋଜନା ସମ୍ପର୍କରେ ବିସିସିଆଇ ପ୍ରତିନିଧି କିମ୍ବା ଚୟନ କମିଟି କଥା ହୋଇନାହାନ୍ତି। ଓ୍ବେଷ୍ଟଇଣ୍ଡିଜ ଗସ୍ତ ପୂର୍ବରୁ ଧୋନୀଙ୍କ ସହ ଆଲୋଚନା ହୋଇଥିଲା। ସେତେବେଳେ ଧୋନୀ ୨ ମାସ ବିରତି ଚାହୁଁଥିବା କହିଥିଲେ। ମିଳିଥିବା ସୂଚନା ମୁତାବକ, ଚୟନ କମିଟି ଦ୍ୱିତୀୟ ଓ ତୃତୀୟ ବିକଳ୍ପ ଭାବେ ସଞ୍ଜୁ ସାମ୍‌ସନ ଓ ଈଶାନ କିଶାନଙ୍କ ଉପରେ ନଜର ରଖିଛି। ସାମ୍‌ସନଙ୍କ ପ୍ରଦର୍ଶନ ଦେଖିବା ପାଇଁ ଥିରୁଭାନନ୍ଥପୁରମଠାରେ ହେବାକୁ ଥିବା ଏ ସିରିଜ୍‌ରେ ଚୟନ କମିଟିର ସଦସ୍ୟ ଷ୍ଟାଡିୟମ୍‌ରେ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri