୪ ଦଫା ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ନବ ନିର୍ମାଣ କୃଷକ ସଂଗଠନ

କେନ୍ଦୁଝର,୮ା୬(ସ୍ବ.ପ୍ର.): ଚଳିତ ଖରିଫ୍‌ ଋତୁରେ ସରକାରଙ୍କ ନିର୍ଦ୍ଦେଶ ମୁତାବକ ଚାଷୀମାନେ ବିଭିନ୍ନ ସରକାରୀ ସଂସ୍ଥା ମାଧ୍ୟମରେ ଧାନ ବିକ୍ରି କରିଥିଲେ। ବହୁ ଚାଷୀଙ୍କର ଟୋକନ ଆସିଥିଲେ ମଧ୍ୟ ସରକାର ତାଙ୍କ ଧାନ କିଣି ନ ଥିଲେ। ଏପରିକି ମାସ ମାସ ବିତି ଯାଇଥିଲେ ସୁଦ୍ଧା କିପରି ଏହାର ସମାଧାନ କରାଯିବ ସେନେଇ କିଛି ପଦକ୍ଷେପ ନେଇ ନ ଥିଲେ। ଏପଟେ ମୌସୁମୀ ରାଜ୍ୟରେ ପହଞ୍ଚିବାକୁ ଥିବା ବେଳେ ଧାନ ବିକ୍ରି କରି କୃଷକ ହାତ ଖାଲି କରି ବସିଛନ୍ତି। କିପରି ଚାଷକାମ କରିବେ ସେନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏହିପରି ଅନେକ ସମସ୍ୟାର ସମାଧାନ ସହ ନବ ନିର୍ମାଣ କୃଷକ ସଂଗଠନ ସୋମବାର ୪ ଦଫା ଦାବି ନେଇ ଜିଲାପାଳ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ୭ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ସଂଗଠନ। ଏନେଇ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri