୪ ଦଫା ଦାବି ନେଇ ସିମୁଳିଆ ଥାନା ସମ୍ମୁଖରେ ଭାଜପାର ଗଣଧାରଣା

ସିମୁଳିଆ,୧୬।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଭାଜପା ପକ୍ଷରୁ ଶନିବାର ମଧ୍ୟାହ୍ନରେ ୪ ଦଫା ଦାବି ନେଇ ଥାନା ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ନେତୃତ୍ୱରେ ଶତାଧିକ ଭାଜପା ସମର୍ଥକ ଓ ଦଳୀୟ କର୍ମୀ ମନ୍ତ୍ରୀଙ୍କ ମାର୍କୋଣାସ୍ଥିତ ବାସଭବନରୁ ପଦଯାତ୍ରାରେ ବାହାରି ମାର୍କୋଣା ଛକ ପରିକ୍ରମା କରିବା ପରେ ସିମୁଳିଆ ଥାନା ସମ୍ମୁଖରେ ନିର୍ମିତ ଧାରଣାସ୍ଥଳୀରେ ପହଞ୍ଚିଥିଲେ। ଏଥିରେ ପୂର୍ବତନ ଜିଲାପରିଷଦ କ୍ଷୀତିଶ କୁମାର ମହାନ୍ତିଙ୍କ ସମେତ ୬ ଜଣଙ୍କୁ ଜମି ଦୁର୍ନୀତିରେ ଗିରଫି, ପୋଲିସ ପ୍ରଶାସନ ପକ୍ଷରୁ ଦଳୀୟ ବିଜେଡିର ସମର୍ଥକମାନଙ୍କୁ ସହଯୋଗ କରି ଭାଜପା କର୍ମୀ ଓ ସମର୍ଥକଙ୍କୁ ହଇରାଣ କରାଯିବା, ଜମିଦୁର୍ନୀତିରେ ତହସିଲଦାର ରବୀନ୍ଦ୍ର କୁମାର ସାହୁଙ୍କ ସମ୍ପୃକ୍ତି, ପର୍ଯ୍ୟଟନ ମନ୍ତ୍ରୀଙ୍କ ଇଙ୍ଗିତରେ ଥାନା ପରିଚାଳିତ ହେବା ଓ ଥାନା ଅଧିକାରୀ ସଞ୍ଜୟ କୁମାର ପରିଡ଼ାଙ୍କ ପାତରଅନ୍ତର ନୀତିରେ ତାଙ୍କୁ ବଦଳି କରାଯିବା ପାଇଁ ଦାବି ହୋଇଥିଲା ା ଦଳୀୟ କର୍ମୀ ସର୍ବେଶ୍ୱର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଗଣଧାରଣାରେ ଖାରବେଳ ସ୍ବାଇଁ, ମାଧବାନନ୍ଦ ମଲିକ, ମନସ୍ମିତା ଖୁଣ୍ଟିଆ, ସସ୍ମିତା ପାଣି, ମନୋରଞ୍ଜନ ସ୍ବାଇଁ, ମିନାକ୍ଷୀ ମହାପାତ୍ର, ଭରତ କୁମାର ମହାନ୍ତି, ବେଣୁମାଧବ ପଣ୍ଡା, ଭାରତୀ ମଲିକ ପ୍ରମୁଖ ବକ୍ତବ୍ୟ ରଖିଥିଲେ ା ଆଜିର ଏହି ଧାରଣା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଥିଲା। ପ୍ରଶାସନ ଏହାକୁ କାର୍ଯ୍ୟକାରୀ ନ କଲେ ଆସନ୍ତା ଦିନରେ ଆଇନ ଅମାନ୍ୟ ଆନ୍ଦୋଳନ କରାଯିବ ବୋଲି ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri