୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଏଥିସହ ସନ୍ଧ୍ୟାରେ ଝଡ଼ ତୋଫାନ ମୌସୁମୀ ଆଗମନର ସୂଚନା ଦେଉଥିଲେ ମଧ୍ୟ ଏ ସଂକ୍ରାନ୍ତରେ ଏଯାଏ ସ୍ପଷ୍ଟ କରିପାରୁ ନାହିଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ପାଣିପାଗ ବିଶେଷଜ୍ଞଙ୍କ କହିବାନୁଯାୟୀ, ଆସନ୍ତା ୧୮ କିମ୍ବା ୧୯ରେ ମୌସୁମୀ ଓଡ଼ିଶା ପହଞ୍ଚତ୍ବାର ଆଶା କରାଯାଉଛି। କାରଣ ଓଡ଼ିଶାର ଦୁଇ ପାଶର୍‌ବରେ ଏବେ ମୌସୁମୀ ସକ୍ରିୟ ହୋଇଉଠିଛି। ଏଥିସହ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଯେଉଁଥିପାଇଁ ମୌସୁମୀ ଖୁବ୍‌ଶୀଘ୍ର ଓଡ଼ିଶାରେ ପ୍ରବେଶ କରିବ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି।

ଅନ୍ୟପକ୍ଷରେ ରାଜ୍ୟର କେତେକ ଅଞ୍ଚଳରେ ଝିପିଝିପି ବର୍ଷା ଓ ଝଡ଼ତୋଫାନ ହୋଇଛି। ଏହାସତ୍ତ୍ୱେ ଗୁଳୁଗୁଳି ଓ ତାତି ଜାରି ରହିଛି। ଝାଞ୍ଜି ପବନ ବି ଜନଜୀବନକୁ ଗୁରୁତର ଭାବେ ପ୍ରଭାବିତ କରିଛି। ଯଦିଓ ଶୁକ୍ରବାର ଅପେକ୍ଷା ଶନିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି, କିନ୍ତୁ ଦେହରୁ ଝାଳ ବହିବା ବନ୍ଦ ହୋଇ ନ ଥିଲା। ଶନିବାର ରାଜ୍ୟର ୮ ସହରରେ ତାପମାତ୍ରା ୪୦ଡିଗ୍ରୀ ଟପିଥିଲା। ପଶ୍ଚିମ ଓଡ଼ିଶା ସର୍ବାଧିକ ଅଞ୍ଚଳରେ ତାପମାତ୍ରା ଅଧିକ ରହିଥିଲା। ଟିଟିଲାଗଡ଼ ଓ ମାଲକାନଗିରି ୪୩ ଡିଗ୍ରୀରେ ସବୁଠାରୁ ଉତ୍ତପ୍ତ ସହରରେ ପରିଣତ ହୋଇଥିବାବେଳେ ଝାରସୁଗୁଡ଼ା ୪୨.୮, ସମ୍ବଲପୁର ଓ ହୀରାକୁଦ ୪୨.୨, ଭବାନୀପାଟଣା ୪୧.୨, ବଲାଙ୍ଗୀର ୪୧, ଅନୁଗୋଳର ସର୍ବାଧିକ ତାପମାତ୍ରା ୪୦.୧ ଡିଗ୍ରୀ ରେକର୍ଡ କରାଯାଇଥିଲା। ତେବେ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲାରେ ରାତି ପର୍ଯ୍ୟନ୍ତ ହିଟ୍‌ ଓ୍ବେଭ୍‌ ଜାରି ରହିଥିଲା।

ଅପରାହ୍ନ ଓ ସନ୍ଧ୍ୟାରେ ରାଜ୍ୟର ଅନେକ ଅଞ୍ଚଳରେ କାଳବୈଶାଖୀ ହୋଇଥିଲା। ବଲାଙ୍ଗୀର, ସୋନପୁର, ବରଗଡ଼, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ଯାଜପୁର, କନ୍ଧମାଳ, ଗଞ୍ଜାମ, ଗଜପତିରେ କାଳବୈଶାଖୀ ବର୍ଷା ହୋଇଥିଲା। ରବିବାର ମଧ୍ୟ ରାଜ୍ୟର ଅନେକ ସହରରେ ଝଡ଼ତୋଫାନ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର ଓ ବୌଦ୍ଧ ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଝଡ଼ତୋଫାନ ଓ ବର୍ଷା ହେବ। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଜାରି ରହିବ ଓ ୧୯ ତାରିଖ ଦିନ ଅଧିକ ହିଟ୍‌ ଓ୍ବେଭ୍‌ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri