୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଏଥିସହ ସନ୍ଧ୍ୟାରେ ଝଡ଼ ତୋଫାନ ମୌସୁମୀ ଆଗମନର ସୂଚନା ଦେଉଥିଲେ ମଧ୍ୟ ଏ ସଂକ୍ରାନ୍ତରେ ଏଯାଏ ସ୍ପଷ୍ଟ କରିପାରୁ ନାହିଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ପାଣିପାଗ ବିଶେଷଜ୍ଞଙ୍କ କହିବାନୁଯାୟୀ, ଆସନ୍ତା ୧୮ କିମ୍ବା ୧୯ରେ ମୌସୁମୀ ଓଡ଼ିଶା ପହଞ୍ଚତ୍ବାର ଆଶା କରାଯାଉଛି। କାରଣ ଓଡ଼ିଶାର ଦୁଇ ପାଶର୍‌ବରେ ଏବେ ମୌସୁମୀ ସକ୍ରିୟ ହୋଇଉଠିଛି। ଏଥିସହ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଯେଉଁଥିପାଇଁ ମୌସୁମୀ ଖୁବ୍‌ଶୀଘ୍ର ଓଡ଼ିଶାରେ ପ୍ରବେଶ କରିବ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି।

ଅନ୍ୟପକ୍ଷରେ ରାଜ୍ୟର କେତେକ ଅଞ୍ଚଳରେ ଝିପିଝିପି ବର୍ଷା ଓ ଝଡ଼ତୋଫାନ ହୋଇଛି। ଏହାସତ୍ତ୍ୱେ ଗୁଳୁଗୁଳି ଓ ତାତି ଜାରି ରହିଛି। ଝାଞ୍ଜି ପବନ ବି ଜନଜୀବନକୁ ଗୁରୁତର ଭାବେ ପ୍ରଭାବିତ କରିଛି। ଯଦିଓ ଶୁକ୍ରବାର ଅପେକ୍ଷା ଶନିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି, କିନ୍ତୁ ଦେହରୁ ଝାଳ ବହିବା ବନ୍ଦ ହୋଇ ନ ଥିଲା। ଶନିବାର ରାଜ୍ୟର ୮ ସହରରେ ତାପମାତ୍ରା ୪୦ଡିଗ୍ରୀ ଟପିଥିଲା। ପଶ୍ଚିମ ଓଡ଼ିଶା ସର୍ବାଧିକ ଅଞ୍ଚଳରେ ତାପମାତ୍ରା ଅଧିକ ରହିଥିଲା। ଟିଟିଲାଗଡ଼ ଓ ମାଲକାନଗିରି ୪୩ ଡିଗ୍ରୀରେ ସବୁଠାରୁ ଉତ୍ତପ୍ତ ସହରରେ ପରିଣତ ହୋଇଥିବାବେଳେ ଝାରସୁଗୁଡ଼ା ୪୨.୮, ସମ୍ବଲପୁର ଓ ହୀରାକୁଦ ୪୨.୨, ଭବାନୀପାଟଣା ୪୧.୨, ବଲାଙ୍ଗୀର ୪୧, ଅନୁଗୋଳର ସର୍ବାଧିକ ତାପମାତ୍ରା ୪୦.୧ ଡିଗ୍ରୀ ରେକର୍ଡ କରାଯାଇଥିଲା। ତେବେ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲାରେ ରାତି ପର୍ଯ୍ୟନ୍ତ ହିଟ୍‌ ଓ୍ବେଭ୍‌ ଜାରି ରହିଥିଲା।

ଅପରାହ୍ନ ଓ ସନ୍ଧ୍ୟାରେ ରାଜ୍ୟର ଅନେକ ଅଞ୍ଚଳରେ କାଳବୈଶାଖୀ ହୋଇଥିଲା। ବଲାଙ୍ଗୀର, ସୋନପୁର, ବରଗଡ଼, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ଯାଜପୁର, କନ୍ଧମାଳ, ଗଞ୍ଜାମ, ଗଜପତିରେ କାଳବୈଶାଖୀ ବର୍ଷା ହୋଇଥିଲା। ରବିବାର ମଧ୍ୟ ରାଜ୍ୟର ଅନେକ ସହରରେ ଝଡ଼ତୋଫାନ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର ଓ ବୌଦ୍ଧ ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଝଡ଼ତୋଫାନ ଓ ବର୍ଷା ହେବ। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଜାରି ରହିବ ଓ ୧୯ ତାରିଖ ଦିନ ଅଧିକ ହିଟ୍‌ ଓ୍ବେଭ୍‌ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ଏମିତି…

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri