୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ: ବଜ୍ରପାତରେ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,(ବ୍ୟୁରୋ)/କୁନ୍ଦୁରା,୧୩।୫(ଡି.ଏନ୍‌.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ହନ୍ତସନ୍ତ କରିଦେଲାଣି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏହିଭଳି ତାତି ଅନୁଭୂତ ହେବ। ଏହି ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ୯ ଜିଲାରେ ତାପମାତ୍ରା ୪୧ଡିଗ୍ରୀ ଉପରେ ରହିଥିଲା। ୪୩.୬ଡିଗ୍ରୀରେ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବା ବେଳେ ଟିଟିଲାଗଡ଼ ୪୩.୫, ସୋନପୁର ୪୩.୩, ସମ୍ବଲପୁର ୪୨.୭, ହୀରାକୁଦ ୪୨.୪, ବଲାଙ୍ଗୀର ୪୨, ତାଳଚେର ୪୧.୫, ମାଲକାନଗିରି ୪୧.୪ ଓ ସୁନ୍ଦରଗଡ଼ ୪୧ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି କଟକ ୩୭.୨ ଓ ଭୁବନେଶ୍ୱର ୩୬.୭ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ୪ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିପାରେ। ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ସମ୍ଭାବନା ରହିଛି। ତେବେ ୧୬ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ବରଗଡ଼, ଦେବଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନବରଙ୍ଗପୁର ଓ ରାୟଗଡ଼ା ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ, ମାଲକାନଗିରି, ଗଞ୍ଜାମ, ନବରଙ୍ଗପୁର ଓ ରାୟଗଡ଼ା ଜିଲାରେ ୩୦ରୁ ୪୦କିଲୋମିଟର ବେଗରେ ପବନ ବହିବା ସହିତ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେପଟେ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇଥିବା ସୂଚନା ମିଳିଛି। କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଓ ଆହତଙ୍କ ମଧ୍ୟରୁ ୩ଜଣ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ରବିବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ କୁନ୍ଦୁରା ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ ନାରାଗଁାର ପେଣ୍ଠିଆ ପରିବାର ଘରପଛ ଆମ୍ବଗଛ ମୂଳେ ବସିଥିବା ବେଳେ କାଳବୈଶାଖୀ ଆସିଥିଲା। ଏହି ସମୟରେ ହଠାତ୍‌ ବଜ୍ରପାତ ହେବାରୁ ପରିବାରର କରଫୁଲ ପେଣ୍ଠିଆ(୮)ଙ୍କ ମୃତ୍ୟୁ ଘଟିଥିଲା। ଗୁରୁତର ଆହତ ହୋଇଥିବା ଜେଜେବାପା ନାଥ ପେଣ୍ଠିଆ(୫୫) ଓ ସାନ ନାତୁଣୀ ସୁମିତ୍ରା ପେଣ୍ଠିଆ(୫)ଙ୍କୁ ପ୍ରଥମେ କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେଠାରୁ ସେମାନଙ୍କୁ ଜୟପୁର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ମୃତ କରଫୁଲଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସେହିପରି ବ୍ଲକର ଆସନା ପଞ୍ଚାୟତ କାଉଡ଼ିଆଗୁଡ଼ା ଗ୍ରାମର ଦୈତାରୀ ପୂଜାରୀ(୪୬) ମଧ୍ୟ ବଜ୍ରପାତରେ ପ୍ରାଣ ହରାଇଛନ୍ତି। କୁନ୍ଦୁରା ସିଏଚ୍‌ସି ପକ୍ଷରୁ କୌଣସି ସୁବିଧା ନ ଥିବାରୁ ସୋମବାର ଭାର କିମ୍ବା ବାଇକ୍‌ରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଅଣାଯିବ। ଅନ୍ୟପକ୍ଷରେ ସେହି ପଞ୍ଚାୟତ ଅଧୀନ ପାକନାଗୁଡ଼ା ଛକରେ ୩ ଗାଈଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri