୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୪।୬(ବ୍ୟୁରୋ)- ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବା ପରେ ବର୍ଷା ଲାଗି ରହିଛି। ଏହା ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। କିଛି ସ୍ଥାନରେ ପ୍ରବଳ ବର୍ଷା ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ମଧ୍ୟ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ବାରିପଦାରେ ସର୍ବାଧିକ ୩୨.୬ ମିମି ବର୍ଷା ହୋଇଥିବାବେଳେ ତାଳଚେର ଓ ପାରାଦୀପରେ ୧୫ ମିମି, ଅନୁଗୋଳ ୧୨, ଟିଟିଲାଗଡ଼ ୮, ପୁରୀ ଓ ଚାନ୍ଦାବଲିରେ ୭ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସୋମବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବ। ସେହିପରି ମଙ୍ଗଳବାର କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ବାଳେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, କଟକ ଓ ଦେବଗଡ଼ର କିଛି ଅଞ୍ଚଳ ଏବଂ ଗୁରୁବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଅନୁଗୋଳର ଗୋଟିଏ କିମ୍ବା ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏଥିପାଇଁ ସମ୍ପୃକ୍ତ ଜିଲାରୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?