୪ ଦିନ ପ୍ରବଳ ବର୍ଷିବ: ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି। ଏହା ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏଥିଯୋଗୁ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼ରେ ୪ରୁ ୫ ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ତେବେ ୧ ତାରିଖରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ସ୍ଥାନେ ସ୍ଥାନେ ୭୦ରୁ ୮୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରବିବାର ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ପୁରୀ ଓ ନୟାଗଡ଼ ଆଦି ୧୧ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଥିବାବେଳେ ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ୨ ତାରିଖ ଦିନ ମାଲକାନଗିରି, କେରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ାରେ ୬ ଜିଲାକୁ ଅରେଞ୍ଜ ଏବଂ କନ୍ଧମାଳ, ପୁରୀ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତ୍‌ସିଂହପୁର, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ସମ୍ବଲପୁର ଓ ମୟୂରଭଞ୍ଜ ଆଦି ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୩ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ମୟୂରଭଞ୍ଜ, ଦେବଗଡ଼, ବୌଦ୍ଧ ଆଦି ୧୪ ଜିଲା ଏବଂ ୪ ତାରିଖରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୋନପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହୁପର ଓ କଟକ ଆଦି ୮ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି। ଯେଉଁମାନେ ଯାଇଛନ୍ତି ସେମାନେ ୧ତାରିଖ ରାତି ସୁଦ୍ଧା ଫେରି ଆସିବାକୁ କୁହାଯାଇଛି।

ଅନ୍ୟପକ୍ଷରେ ଲଘୁଚାପ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଶନିବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସମସ୍ତ ଜିଳାପାଳଙ୍କୁ ଚିଠି ଲେଖି ବୋଲି ସତର୍କ କରାଇଛନ୍ତି। ଯେଉଁସବୁ ଜିଲାଗୁଡ଼ିକ ପାଇଁ ଅରେଞ୍ଜ ଓ ୟେଲୋ ୱାର୍ନିଂ ଜାରି ହୋଇଛି ସେସବୁ ଜିଲାର ଜିଲାପାଳମାନଙ୍କୁ ଅଧିକ ସତର୍କତା ଅବଲମ୍ବନ କରି ଆବଶ୍ୟକ ପ୍ରସ୍ତୁତି ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ଆଗୁଆ ପଦକ୍ଷେପ ନିଆଯିବା ସହ ଆବଶ୍ୟକ ଖାଦ୍ୟ ସାମଗ୍ରୀ, ପାନୀୟ ଜଳ, ଆଲୋକ, ସ୍ବାସ୍ଥ୍ୟ ସୁବିଧା ଉପଲବ୍ଧ କରାଇବାକୁ କୁହାଯାଇଛି। ପ୍ରତ୍ୟେକ ଜିଲା ମୁଖ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା ନିମନ୍ତେ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri