Posted inରାଜ୍ୟ

୪ ଦିନ ହେବ ବ୍ଲକ, ତହସିଲ କାର୍ଯ୍ୟାଳୟରେ ଝୁଲୁଛି ତାଲା

କେନ୍ଦ୍ରାପଡାଅଫିସ/ରାଜକନିକା,୨୨ା୬(ଡି.ଏନ୍‌.ଏ.): ସରକାରୀ କାର୍ଯ୍ୟାଳୟରେ କିଭଳି ମନମୁଖି କାର୍ଯ୍ୟ ଚାଲିଛି ତାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ରାଜକନିକା ବ୍ଲକରେ । ଏହି ବ୍ଲକର ବିଡିଓ ତାଙ୍କ ଭାଇ ବାହାଘର ପାଇଁ ଛୁଟିରେ ରହିଥିତ୍ବା ବେଳେ ଉଭୟ ବ୍ଲକ ଓ ତହସିଲ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ମଧ୍ୟ ଛୁଟିନେଇ ବୁଲୁଛନ୍ତି। ଫଳରେ ୪ ଦିନ ହେବ ଉଭୟ କାର୍ଯ୍ୟାଳୟରେ ତାଲା ଝୁଲୁଛି । ଏନେଇ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ସୂଚନାଯୋଗ୍ୟ, ରାଜକନିକା ବିଡିଓ ଏବଂ କନିକା ତହସିଲଦାର ଭାବେ ଡି.ଏସ୍‌. ଶୁଭଦର୍ଶୀ ଜୋଷୀ କାର୍ଯ୍ୟ କରୁଛନ୍ତି। ୨ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱରେ ଥିଲେ ମଧ୍ୟ ଏବେ ସେ ଭାଇ ବାହାଘର ପାଇଁ ଗତ ୭ ଦିନ ହେବ ଛୁଟିରେ ରହିଛନ୍ତି। ଏହାର ସୁଯୋଗ ନେଇ ଉଭୟ କାର୍ଯ୍ୟାଳୟର କର୍ମଚାରୀମାନେ ମଧ୍ୟ ଛୁଟିନେଇ ବାହାରେ ବୁଲୁଛନ୍ତି। ତହସିଲ କାର୍ଯ୍ୟାଳୟର ଗୋଟିଏ କୋଠରିରେ ଅତିରିକ୍ତ ତହସିଲଦାର ବସି ଅଫିସକୁ ଜଗି ରହିଛନ୍ତି। ଏସମ୍ପର୍କରେ ତାଙ୍କୁ ପଚରାଯାଇଥିଲେ ମଧ୍ୟ କୌଣସି ସନ୍ତୋଷଜନକ ଉତ୍ତର ମିଳିପାରି ନ ଥିଲା। ସବୁ କର୍ମଚାରୀ ଛୁଟି ଦରଖାସ୍ତ ଦେଇ ଛୁଟି ନେଇଛନ୍ତି ବୋଲି ସେ କହିଥିବା ବେଳେ ଏକାବେଳେ ସବୁ କର୍ମଚାରୀଙ୍କୁ କିପରି ଛୁଟି ଦିଆଗଲା ପ୍ରଶ୍ନର ସେ ଠିକ୍‌ ଉତ୍ତର ଦେଇପାରି ନଥିଲେ। ସେହିପରି ବ୍ଲକ କାର୍ଯ୍ୟାଳୟରେ ଜଳ ଓ ପରିମଳ ବିଭାଗ କକ୍ଷ ଓ ଡବ୍ଲ୍ୟୁଇଓ କକ୍ଷ ବ୍ୟତୀତ ଅନ୍ୟ ସବୁଠି ତାଲା ଝୁଲୁଥିବା ଦେଖିବାକୁ ମିଳିଛି।
ଏସମ୍ପର୍କରେ କେନ୍ଦ୍ରାପଡା ଜିଲାପାଳ ପ୍ରେମଚାନ୍ଦ ଚୌଧୁରୀ କହିଛନ୍ତି, ଘଟଣା ସମ୍ପର୍କରେ ସୂଚନା ମିଳିଛି। ଅନୁଧ୍ୟାନ କରାଯାଇ ଆଗାମୀ କାର୍ଯ୍ୟାନୁଷ୍ଠାନ ନିଆଯିବ। ତୁରନ୍ତ ଜିଲା ପ୍ରଶାସନ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri