୪ ଦିନ ହେଲା ଗାଁରେ ଜଳୁନି ଚୁଲି

ବନ୍ତ,୬।୩(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତର ଏକ ଗାଁରେ ଗତ ୪ ଦିନ ହେବ ଅଗ୍ନିକାଣ୍ଡ ଗୁଜବ ବ୍ୟାପିବାରୁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଭୟରେ କେହି ନିଜ ଘରେ ଚୁଲି ଜଳାଉ ନାହାନ୍ତି। ଏପରିକି ନିଆଁ ଲାଗିବା ଗୁଜବ ଶୁଣି ଲୋକେ ଦମକଳ ଅଫିସ୍‌କୁ ଜଣାଉଛନ୍ତି। ଆଗରପଡ଼ା, ଭଣ୍ଡାରିପୋଖରୀ ଆଦି ସ୍ଥାନରୁ ଅଗ୍ନିଶମ ବାହିନୀ ଆସି ଏହା ମିଥ୍ୟା ଓ ଗୁଜବ ବୋଲି ଜାଣି ସେମାନେ ଗଁାରୁ ଫେରିଛନ୍ତି। ସୂଚନା ଅନୁଯାୟୀ, ଗତ ସୋମବାରଠାରୁ ଗୁରବାର ମଧ୍ୟରେ ଗ୍ରାମର ୪ ଜଣଙ୍କ ଘରେ ନିଅଁା ଲାଗିବା ନେଇ ଗୁଜବ ପ୍ରଚାରିତ ହୋଇଥିଲା। ଏଭଳି ଖବର ଶୁଣି ଶତାଧିକ ଲୋକ ଆସି ପହଞ୍ଚିଥିଲେ। ଏପିରିକି ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। କିନ୍ତୁ ସେଠାରେ ସେଭଳି କିଛି ଅଗ୍ନିକାଣ୍ଡ ଘଟିଥିବାର ଦେଖିବାକୁ ମିଳି ନ ଥିଲା। ଜଣେ ୨୫ ବର୍ଷୀୟା ଯୁବତୀଙ୍କ ଦେହରେ ଭୂତ ସବାର ହେବା ଫଳରେ ସେ ବିଭିନ୍ନ ସମୟରେ ଲୋକଙ୍କ ଘରେ ନିଅଁା ଲାଗୁଥିବା କଥା କହିବାରୁ ଭୟରେ ସେହି ସ୍ଥାନକୁ ଦୌଡୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ଗୁରୁବାର ସ୍ଥାନୀୟ ସରପଞ୍ଚ ରଞ୍ଜନ କୁମାର ସାହୁ ଉକ୍ତ ଗଁାରେ ପହଞ୍ଚି ସମ୍ପୃକ୍ତ ଯୁବତୀଙ୍କୁ ଆମ୍ବୁଲାନ୍ସରେ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଏ ସମ୍ପର୍କରେ ଆଗରପଡ଼ା ଅଗ୍ନିଶମ ଅଧିକାରୀ ସଞ୍ଜୀବ କୁମାର ପ୍ରଧାନଙ୍କୁ ପଚାରିବାରୁ ଘଟଣାସ୍ଥଳରେ ସେଭଳି କୌଣସି ଅଗ୍ନିକାଣ୍ଡ ଘଟି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri