୪ ଦିନ ୧୦ ଜିଲାରେ ହିଟ୍‌ ୱେଭ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସାରା ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ଖରା ତାତି। ଗତ ଦୁଇଦିନ ହେଲା ୪୫ ଡିଗ୍ରୀ ଉପରେ ପାରଦ ରହିଥିବାବେଳେ ରବିବାର ମଧ୍ୟ ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁଥିଲା। ତାଳଚେରରେ ୪୪.୪ ଡିଗ୍ରୀ, ବଲାଙ୍ଗୀର ଓ ଭବାନୀପାଟଣାରେ ୪୪, ମାଲକାନଗିରି ୪୩.୩, ସୋନପୁର ୪୩, ସମ୍ବଲପୁର ଓ ପାରଳାଖେମୁଣ୍ଡିରେ ୪୨.୨ ଓ ଟିଟିଲାଗଡ଼ର ସର୍ବାଧିକ ତାପମାତ୍ରା ୪୫.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୦ ଜିଲାରେ ହିଟ୍‌ ୱେଭ୍‌ ଜାରି ରହିବ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସେସବୁ ଜିଲାକୁ ୪ ଦିନ ପାଇଁ ହିଟ୍‌ ୱେଭ୍‌ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡ଼ିକ ହେଲା ବଲାଙ୍ଗୀର, କଳାହାଣ୍ଡି, ଅନୁଗୋଳ, ବୌଦ୍ଧ, ସୋନପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡା, ମାଲକାନଗିରି ଓ ସମ୍ବଲପୁର। ଛୋଟ ପିଲା, ଅସୁସ୍ଥ ଓ ବୟସ୍କ ବ୍ୟକ୍ତିଙ୍କୁ ଖରାରୁ ଦୂରେଇ ରଖିବାକୁ ପରାମର୍ଶ ଦିଆଯାଇଛି। ହିଟ୍‌ ଓ୍ବେଭ୍‌ ନେଇ ସୋମବାର ଦିନ ଏହି ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ମଙ୍ଗଳବାରରୁ ଗୁରୁବାର ପର୍ଯ୍ୟନ୍ତ ଅର୍ଥାତ୍‌ ୨୬ରୁ ୨୮ତାରିଖ ପର୍ଯ୍ୟନ୍ତ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ସେପଟେ ୨୬ରୁ ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି। ୨୬ ଓ ୨୭ରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୭ ଜିଲାର କିଛି ଅଞ୍ଚଳରେ ବର୍ଷା ହେବା ଆଶଙ୍କା ରହିଛି। ୨୮ରେ ଉପକୂଳ ଓଡ଼ିଶାର କିଛି ସ୍ଥାନ ସହିତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ, ଢେଙ୍କନାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଜିଲାରେ ସ୍ବଳ୍ପ ବର୍ଷା ହେବ। ତେବେ ଉକ୍ତଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ, ଢେଙ୍କନାଳ, ବାଲେଶ୍ୱର ପରି ୧୩ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ଝଡ଼ତୋଫାନ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?