୪ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ଯାଜପୁର ଟାଉନ/ସୁକିନ୍ଦା/ଧର୍ମଶାଳା/କୋରେଇ,୩ା୫(ଡି.ଏନ୍‌.ଏ/ସ୍ବ.ପ୍ର.)
ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳରେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ୩୦,୨୬୨ ଭୋଟ ପାଇ ଆଗରେ ଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାବେ ଭାଜପା ପ୍ରାର୍ଥୀ ଗୌତମ ରାୟ ୧୫,୬୨୦ ଭୋଟ ପାଇଛନ୍ତି। ପ୍ରଣବପ୍ରକାଶ ୧୪୬୪୨ ଭୋଟରେ ଆଗୁଆ ଅଛନ୍ତି। ସେହିପରି ସୁକିନ୍ଦା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରୀତିରଞ୍ଜନ ଘଡ଼େଇ ୨୬୭୨୨ ଭୋଟ ପାଇ ଆଗରେ ଥିବାବେଳେ ଭାଜପା ପ୍ରାର୍ଥୀ ପ୍ରଦୀପ ବଳସାମନ୍ତ ୧୯୭୭୧ ଭୋଟ ପାଇ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଅଛନ୍ତି। ପ୍ରୀତିରଞ୍ଜନ ୯୯୫୧ ଭୋଟରେ ଆଗୁଆ ଅଛନ୍ତି। କୋରେଇ ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଅଶୋକ ବଳ ୨୪,୩୮୦ ଭୋଟ ପାଇ ଆଗରେ ଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ବିଶ୍ୱଜିତ ନାୟକ ୧୪,୬୫୮ ଭୋଟ ପାଇଛନ୍ତି। ଅଶୋକ ବଳ ୯୭୨୨ ଭୋଟରେ ଆଗୁଆ ଅଛନ୍ତି। ସେହିପରି ଧର୍ମଶାଳା ନିର୍ବାଚନମଣ୍ଡଳୀରେ ମଧ୍ୟ ବିଜେଡି ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ୫୯୨୬୮ ଭୋଟ ପାଇ ଆଗରେ ଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାବେ ଭାଜପା ପ୍ରାର୍ଥୀ ରମେଶ ପରିଡ଼ା ୨୬୯୪୭ ଭୋଟ ପାଇଛନ୍ତି। ପ୍ରଣବ ବଳବନ୍ତରାୟ ୩୨୩୨୧ ଭୋଟରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କଂଗ୍ରେସର ୨୬ଜଣିଆ ନିର୍ବାଚନ ପରିଚାଳନା କମିଟି, ତାଲିକାରେ ଏହି ବଡ଼ ନେତା

ଭୁବନେଶ୍ୱର,୧୭।୪: ଓଡ଼ିଶା ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ତାଲିକା ବୁଧବାର ଜାରି ହୋଇଛି। ଏହି...

କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ଲଢିବାର ବଡ଼ କାରଣ!

ଭୁବନେଶ୍ୱର,୧୭।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା,...

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ: ଅଜୟ କୁମାର

ଭୁବନେଶ୍ୱର, ୨।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଟିକେଟ ପାଇବାକୁ ହେଲେ ଆଉ ଲବି କାମ ଦେବନାହିଁ। ଯେଉଁମାନେ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବାକୁ...

୫୨ ହଜାର ଭୋଟରେ ଜିତିଲେ ବସୁନ୍ଧରା

ଜୟପୁର,୩।୧୨: ୫ ବର୍ଷର ବ୍ୟବଧାନ ପରେ ଭାଜପା ପୁଣି ରାଜସ୍ଥାନରେ କ୍ଷମତାକୁ ଫେରିବା ଏକ ପ୍ରକାର ନିଶ୍ଚିତ ହୋଇଛି। ଭାଜପା ୧୧୫ ଆସନରେ ଆଗୁଆ ରହିଥିବା...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ଝରସୁଗୁଡାରେ ୨୦.୩୮ ପ୍ରତିଶତ ମତଦାନ...

ଝାରସୁଗୁଡା ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ମତଦାନ ଚାଲିଥିବା ବେଳେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଭୋଟ ଦେଇଛନ୍ତି। ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ...

ଆଜି କର୍ନାଟକ ବିଧାନସଭା ନିର୍ବାଚନ: ୫.୩ କୋଟି ଭୋଟର ନିର୍ଣ୍ଣୟ କରିବେ ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ…

ବେଙ୍ଗାଲୁରୁ,୧୦।୫ : ଆଜି କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ମତଦାନ କରାଯାଉଛି। ରାଜ୍ୟର ୫.୩ କୋଟି ଭୋଟର ନିର୍ବାଚନୀ ମଇଦାନରେ ଥିବା ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ...

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri