Posted inଖେଳ

୪ ବର୍ଷରେ ପ୍ରଥମ ବ୍ୟାଟ୍ସମ୍ୟାନ ଶ୍ରେୟାସ

ହାମିଲଟନ,୫।୨- ଶ୍ରେୟାସ ଆୟାର ବୁଧବାର ଅନ୍ତର୍ଜାତୀୟ କ୍ୟାରିୟରରେ ପ୍ରଥମ ଶତକ ହାସଲ କରିଛନ୍ତି। ୪ ବର୍ଷ ପରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ୪ ନମ୍ବର କ୍ରମରେ ବ୍ୟାଟିଂ କରି ବିଦେଶରେ ଶତକ ହାସଲ କରିଛନ୍ତି। ଆୟାର ୧୦୭ ବଲର ସମ୍ମୁଖୀନ ହୋଇ ୧୦୩ ରନ୍‌ କରିଥିଲେ। ତାଙ୍କ ପୂର୍ବରୁ ମନୀଷ ପାଣ୍ଡେ ସମାନ ବ୍ୟାଟିଂ ପୋଜିଶନରେ ବିଦେଶୀ ମାଟିରେ ଶତକ ହାସଲ କରିଥିଲେ। ୨୦୧୬, ଜାନୁୟାରୀ ୨୩ ତାରିଖରେ ପାଣ୍ଡେ ସିଡ୍‌ନୀଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ୧୦୪ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ। ତେବେ ଗତ ୫ ବର୍ଷ ମଧ୍ୟରେ ଆୟାର ଚତୁର୍ଥ ବ୍ୟାଟ୍ସମ୍ୟାନ ଭାବେ ୪ ନମ୍ବର କ୍ରମରେ ଶତକ ହାସଲ କରିଛନ୍ତି। ଏହି ତାଲିକାରେ ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ (୧୫୦) ଓ ଅମ୍ବାତି ରାୟୁଡୁ (୧୦୦) ରହିଛନ୍ତି। ଉଲ୍ଲେଖଯୋଗ୍ୟ, ଆୟାର କ୍ୟାରିୟରର ୧୬ତମ ଦିନିକିଆ ମ୍ୟାଚ୍‌ରେ ୩ ସଂଖ୍ୟା ବିଶିଷ୍ଟ ସ୍କୋର ହାସଲ କରିଛନ୍ତି। ଏଥିର୍ପୂବରୁ ୮୮ ତାଙ୍କର ଶ୍ରେଷ୍ଠ ଇନିଂସ ଥିଲା। ଏହାବାଦ୍‌ ୬ ଅର୍ଦ୍ଧଶତକ ମଧ୍ୟ ତାଙ୍କ ଛୋଟିଆ କ୍ୟାରିୟରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri