୪ ବର୍ଷରେ ହାତୀ ଆକ୍ରମଣରେ ୩୬୯ ମୃତ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟରେ ହାତୀ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୦୧୫ରୁ ୨୦୧୯ ମଧ୍ୟରେ ରାଜ୍ୟରେ ଜଙ୍ଗଲୀ ହାତୀ ଆକ୍ରମଣରେ ୩୬୯ ଜଣ ମୃତ୍ୟୁବରଣ କରିଛନ୍ତି। ଏହାସହ ୨୦୭ ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ହାତୀ ଆକ୍ରମଣରେ ମୃତ୍ୟୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି କୁହାଯାଉଛି। ହେଲେ ସରକାର ନିୟମ କରିଦେଲେ କିଛି ଫଳ ମିଳୁ ନ ଥିବା ବିଭିନ୍ନ ମହଲରୁ ଅଭିଯୋଗ ଆସିବାରେ ଲାଗିଛି। ମଙ୍ଗଳବାର ବିଧାନସଭାରେ ବିଧାୟକ ମୁକେଶ କୁମାର ପାଲଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ହାତୀ ଆକ୍ରମଣରେ ଶିକାର ହୋଇଥିବା ତଥ୍ୟ ରଖିଛନ୍ତି। ଏହାସହ ମନ୍ତ୍ରୀ ଏହି ପ୍ରକାର ମୃତ୍ୟୁ ରୋକିବା ପାଇଁ ଗ୍ରହଣ କରିଥିବା ବ୍ୟବସ୍ଥା ସମ୍ପର୍କରେ ଦର୍ଶାଇଛନ୍ତି। ହାତୀମାନେ ଜନବସତି ଅଞ୍ଚଳକୁ ନ ଆସିବା ଲାଗି ସମ୍ବେଦନଶୀଳ ଅଞ୍ଚଳରେ ପଥର ପାଚେରି, ଖାଇ, ସୌରଶକ୍ତି ଚାଳିତ ତାରବାଡ ନିର୍ମାଣ କରାଯାଇଛି। ଏହାସହ ହାତୀମାନଙ୍କ ଖାଦ୍ୟ ଉପଯୋଗୀ ବୃକ୍ଷ ରୋପଣ, ନୂତନ ଜଳାଶୟ ଖନନ, ପୁରାତନ ଜଳାଶୟ ଗୁଡିକର ପୁନରୁଦ୍ଧାର କରାଯାଇଛି। ହାତୀଙ୍କୁ ଜଙ୍ଗଲ ଆଡକୁ ଘଉଡାଇବା ପାଇଁ ଉପଦ୍ରବ ନିରୋଧୀ ଦଳ, ବନ୍ୟଜୀବ ସୁରକ୍ଷା ଦଳ, ହାତୀ ଅନୁସରଣ ଦଳ ଏବଂ ପାରା ଷ୍ଟାଫମାନଙ୍କୁ ନିୟୋଜିତ କରାଯାଇଛି। ମୋବାଇଲ ଆପ୍‌ ମାଧ୍ୟମରେ ହାତୀମାନଙ୍କ ପ୍ରଚଳନକୁ ଜାଣି ସେମାନଙ୍କୁ ନିୟନ୍ତ୍ରଣ କରାଯିବା ସହ ଜନସାଧାରଣଙ୍କୁ ସତର୍କ କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri