୪ ବର୍ଷରେ ହାତୀ ଆକ୍ରମଣରେ ୩୬୯ ମୃତ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟରେ ହାତୀ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୦୧୫ରୁ ୨୦୧୯ ମଧ୍ୟରେ ରାଜ୍ୟରେ ଜଙ୍ଗଲୀ ହାତୀ ଆକ୍ରମଣରେ ୩୬୯ ଜଣ ମୃତ୍ୟୁବରଣ କରିଛନ୍ତି। ଏହାସହ ୨୦୭ ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ହାତୀ ଆକ୍ରମଣରେ ମୃତ୍ୟୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି କୁହାଯାଉଛି। ହେଲେ ସରକାର ନିୟମ କରିଦେଲେ କିଛି ଫଳ ମିଳୁ ନ ଥିବା ବିଭିନ୍ନ ମହଲରୁ ଅଭିଯୋଗ ଆସିବାରେ ଲାଗିଛି। ମଙ୍ଗଳବାର ବିଧାନସଭାରେ ବିଧାୟକ ମୁକେଶ କୁମାର ପାଲଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ହାତୀ ଆକ୍ରମଣରେ ଶିକାର ହୋଇଥିବା ତଥ୍ୟ ରଖିଛନ୍ତି। ଏହାସହ ମନ୍ତ୍ରୀ ଏହି ପ୍ରକାର ମୃତ୍ୟୁ ରୋକିବା ପାଇଁ ଗ୍ରହଣ କରିଥିବା ବ୍ୟବସ୍ଥା ସମ୍ପର୍କରେ ଦର୍ଶାଇଛନ୍ତି। ହାତୀମାନେ ଜନବସତି ଅଞ୍ଚଳକୁ ନ ଆସିବା ଲାଗି ସମ୍ବେଦନଶୀଳ ଅଞ୍ଚଳରେ ପଥର ପାଚେରି, ଖାଇ, ସୌରଶକ୍ତି ଚାଳିତ ତାରବାଡ ନିର୍ମାଣ କରାଯାଇଛି। ଏହାସହ ହାତୀମାନଙ୍କ ଖାଦ୍ୟ ଉପଯୋଗୀ ବୃକ୍ଷ ରୋପଣ, ନୂତନ ଜଳାଶୟ ଖନନ, ପୁରାତନ ଜଳାଶୟ ଗୁଡିକର ପୁନରୁଦ୍ଧାର କରାଯାଇଛି। ହାତୀଙ୍କୁ ଜଙ୍ଗଲ ଆଡକୁ ଘଉଡାଇବା ପାଇଁ ଉପଦ୍ରବ ନିରୋଧୀ ଦଳ, ବନ୍ୟଜୀବ ସୁରକ୍ଷା ଦଳ, ହାତୀ ଅନୁସରଣ ଦଳ ଏବଂ ପାରା ଷ୍ଟାଫମାନଙ୍କୁ ନିୟୋଜିତ କରାଯାଇଛି। ମୋବାଇଲ ଆପ୍‌ ମାଧ୍ୟମରେ ହାତୀମାନଙ୍କ ପ୍ରଚଳନକୁ ଜାଣି ସେମାନଙ୍କୁ ନିୟନ୍ତ୍ରଣ କରାଯିବା ସହ ଜନସାଧାରଣଙ୍କୁ ସତର୍କ କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?