Posted inଜାତୀୟ

୪ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କଲା ବାୟୁସେନା

ଜମ୍ମୁ,୨୦ା୮(ପି.ଟି.): ଜମ୍ମୁରେ ପ୍ରବାହିତ ତାଓ୍ବି ନଦୀରେ ବନ୍ୟା ଆସିଥିବାବେଳେ ସେଠାରେ ଫସିରହିଥିବା ୪ ମତ୍ସ୍ୟଜୀବୀଙ୍କୁ ସୋମବାର ବାୟୁସେନା ଉଦ୍ଧାର କରିଛି। ଖରାପ ପାଗ ଓ ବନ୍ୟାଜଳର ପ୍ରଖର ସ୍ରୋତକୁ ଖାତିର ନ କରି ବାୟୁସେନା ଦୁଃସାହସର ସହିତ ହେଲିକପ୍ଟର ଯୋଗେ ମତ୍ସ୍ୟଜୀବୀମାନଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇଥିଲା। ସେମାନେ ଏକ ନିର୍ମାଣାଧୀନ ବ୍ରିଜ୍‌ର ନିମ୍ନ ଭାଗରେ ରହିଯାଇଥିଲେ। ପ୍ରବଳ ବର୍ଷା ଯୋଗୁ ଉକ୍ତ ନଦୀର ଜଳପତ୍ତନ ହଠାତ୍‌ ବଢ଼ିଯାଇଥିଲା। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ଏବଂ ପୋଲିସ ସେମାନଙ୍କ ପାଖରେ ପହଞ୍ଚତ୍ବାରେ ବିଫଳ ହେବା ପରେ ବାୟୁସେନାକୁ ଡକାଯାଇଥିଲା।
ବାୟୁସେନା ଯବାନମାନେ ହେଲିକପ୍ଟରରୁ ଦଉଡି ସହାୟତାରେ ୨ ଥରରେ ୪ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଥିଲେ। ହେଲିକପ୍ଟର ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ଯବାନମାନେ ବ୍ରିଜ୍‌ର ପିଲାର ନିକଟରେ ଥିବା ସ୍ଲାବ୍‌ ଉପରେ ଓହ୍ଲାଇଥିଲେ। ସେମାନେ ୨ ଜଣ ଲେଖାଏ ମତ୍ସ୍ୟଜୀବୀଙ୍କୁ ହେଲିକପ୍ଟରରୁ ଝୁଲୁଥିବା ଦଉଡିରେ ବାନ୍ଧିଥିଲେ। ପରେ ହେଲିକପ୍ଟର ସେମାନଙ୍କୁ ନେଇ ନିରାପଦ ସ୍ଥାନରେ ଓହ୍ଲାଇଥିଲା। ଅନ୍ୟ ଏକ ଘଟଣାରେ ହର୍‌କୀ ପୌଡ଼ି ନିକଟରେ ବନ୍ୟାପାଣି ଘେରରେ ରହିଯାଇଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଟିମ୍‌ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri