୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ ଚଳିବାରେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର ଭଞ୍ଜନଗର ବ୍ଲକ ଦୋମୁହାଣୀ ଗ୍ରାମର କିଛି ହିତାଧିକାରୀ ଭଞ୍ଜନଗର ବିଡ଼ିଓ, ଉପଜିଲାପାଳଙ୍କୁ ଭେଟି ନିଜର ସମସ୍ୟା ସମ୍ପର୍କରେ ଅବଗତ କରାଇଛନ୍ତି। ୭ ଦିନ ମଧ୍ୟରେ ସମସ୍ୟାର ସମାଧାନ ନହେଲେ ହିତାଧିକାରି ମାନେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବେ। ଏଥିପାଇଁ ସେମାନେ
ସଜବାଜ ହେଉଛନ୍ତି ବୋଲି ସାମାଜିକ କର୍ମୀ ଜବାହରଲାଲ ସାହୁ କହିଛନ୍ତି। ଅପରପକ୍ଷେ ବ୍ଲକର ଜଣେ ଅଧିକାରୀ ଏଠାରେ କହିଛନ୍ତି ଯେ, ୯୦ ପ୍ରତିଶତରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କ ସମସ୍ୟାର ସମାଧାନ ହୋଇଯାଇଛି । ଆଉ ଅଳ୍ପ କିଛି ହିତାଧିକାରୀଙ୍କ ଯେଉଁ ସମସ୍ୟା ଅଛି ତାର ସମାଧାନ ପାଇଁ ପଦକ୍ଷେପ ନିଆଯାଇଛି। ଖୁବଶୀଘ୍ର ତାହାର ସମାଧାନ ହୋଇଯିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri