୪ ଲକ୍ଷ ଲୁଟ୍‌ ଘଟଣା : ଅଭିଯୁକ୍ତ କୋର୍ଟ ଚାଲାଣ

ବଡ଼ବିଲ,୧୫।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ ଆଣ୍ଡ୍‌ ପାୱାର ଲିଃ କାରଖାନାର ପାର୍କିଂସ୍ଥଳୀର ପରିବହନକାରୀ ମା’ ସନ୍ତୋଷୀ ଟ୍ରାନ୍ସପୋର୍ଟ ସଂସ୍ଥା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ୪ ଲକ୍ଷ ଲୁଟ୍‌ ହୋଇଥିଲା। ଏହି ଘଟଣାରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ନ୍ୟାଶନାଲ ଟ୍ରାନ୍ସପୋର୍ଟର କର୍ମଚାରୀ ଗିରିଧାରୀ ଶର୍ମା।
ସୂଚନା ଯେ, ଶ୍ରୀଜଗନ୍ନାଥ ଷ୍ଟିଲ କାରଖାନାରୁ ପରିବହନ ନିମନ୍ତେ ମା’ ସନ୍ତୋଷୀ ଟ୍ରାନ୍ସପୋର୍ଟର କର୍ମଚାରୀମାନେ କାରଖାନା ନିକଟସ୍ଥ ପାର୍କିଂ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଭାରୀଯାନଗୁଡିକୁ ଡେସପାଚ୍‌ ଅର୍ଡର ଓ ଚାଲାଣ ଦେଉଥିଲେ। ଏହି ସମୟରେ ନ୍ୟାଶନାଲ ଟ୍ରାନ୍ସପୋର୍ଟର କର୍ମଚାରୀ ଗିରିଧାରୀ ଶର୍ମା ସେଠାରେ ପହଞ୍ଚି ଗାଳିଗୁଲଜ କରିଥିଲେ। ଗିରିଧାରୀ ଏକ ଲୁହା ରଡ୍‌ରେ ମା’ ସନ୍ତୋଷୀ ଟ୍ରାନ୍ସପୋର୍ଟର କର୍ମଚାରୀ ସତ୍ୟାନନ୍ଦ ରାଉତ ଓ ଅନ୍ୟ ଜଣେ କର୍ମଚାରୀ ବାପୁଜୀ ପାହାଡ଼ିଙ୍କୁ ମାଡ଼ ମାରି ୪ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଲୁଟି ନେଇଥିବା ଥାନାରେ ଏତଲା ହୋଇଥିବା ଜଣାପଡିଛି। ଏତଲା ଅନୁଯାୟୀ, ବଡ଼ବିଲ ଥାନା କେସ ନଂ ୧୭୮/୧୯ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ଗିରିଧାରୀଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଥିବା ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri