୪ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଇଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୯ା୩(ପି.ଟି.): ଲକ୍‌ଡାଉନ ସମୟରେ ନିଜ ନିଜ ରାଜ୍ୟକୁ ଫେରି ନ ଯାଇ ଦିଲ୍ଲୀରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦାଦନ ଶ୍ରମିକମାନଙ୍କୁ ଅନୁରୋଧ କରିଛନ୍ତି। ଏଥିପାଇଁ ଦିଲ୍ଲୀ ସରକାର ୮୦୦ରୁ ଅଧିକ ସ୍ଥାନରେ ସେମାନଙ୍କ ପାଇଁ ମଧ୍ୟାହ୍ନ ଓ ରାତ୍ର ଭୋଜନ ଯୋଗାଇଦେଉଛନ୍ତି। ୨୩୮ଟି ରାତ୍ର ଆଶ୍ରୟସ୍ଥଳ ସମେତ ୫୬୮ଟି ସ୍କୁଲ୍‌ରେ କ୍ଷୁଧା ରିଲିଫ କେନ୍ଦ୍ର ଖୋଲାଯାଇ ୪ ଲକ୍ଷ ଲୋକଙ୍କୁ ଖାଦ୍ୟ ବଣ୍ଟନ କରାଯାଉଥିବା କେଜ୍‌ରିଓ୍ବାଲ ଏକ ଡିଜିଟାଲ କନ୍‌ଫରେନ୍ସ ଜରିଆରେ ଗଣମାଧ୍ୟମକୁ କହିଛନ୍ତି। ଏଥିସହିତ ରିଲିଫ୍‌ କ୍ୟାମ୍ପ୍‌ରେ ପହଞ୍ଚତ୍ ପାରୁ ନ ଥିବା ଲୋକଙ୍କୁ ମୋବାଇଲ ଭ୍ୟାନ ଜରିଆରେ ଖାଦ୍ୟ ଯୋଗାଇ ଦିଆଯାଉଛି। ଆମ୍‌ ଆଦ୍‌ମୀ ପାର୍ଟିର ବିଧାୟକ ଓ ଦଳୀୟ କର୍ମୀମାନେ ଦାଦନ ଶ୍ରମିକଙ୍କ ପାଖରେ ପହଞ୍ଚତ୍ ସେମାନଙ୍କୁ ଫେରି ନ ଯିବା ଲାଗି ପ୍ରବର୍ତ୍ତାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri