୪ ଲୋକ ସଭା ଓ ୨୮ ବିଧାନସଭା କ୍ଷେତ୍ରର ପ୍ରସ୍ତୁତି ସମୀକ୍ଷା

ସମ୍ବଲପୁର,୫ା୪ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଗସ୍ତରେ ଆସି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ କୁମାର ଧଳ ଗୁରୁବାର ସମ୍ବଲପୁର ସହିତ ସୁନ୍ଦରଗଡ଼, ବରଗଡ଼ ଓ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ ବିଧାସନସଭା କ୍ଷେତ୍ରରେ ନିର୍ବାଚନୀ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ସ୍ଥାନୀୟ ମହାନଗର ନିଗମ ନୂତନ କୋଠା ସମ୍ମିଳନୀ କକ୍ଷ (ଓସ୍ବାନ ହଲ)ରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯୋଗଦେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରକ୍ଷା ବ୍ୟବସ୍ଥା, ନିର୍ବାଚନ ଆଚରଣ ବିଧି ତଥା ଭୋଟରଙ୍କ ସୁବିଧା ପାଇଁ ଗ୍ରହଣ କରାଯାଇଥିବା ବ୍ୟବସ୍ଥାର ସମୀକ୍ଷା କରିଥିଲେ। ଏଥିସହ ଆଭାସୀ ଜରିଆରେ ସେ ଅତିରିକ୍ତ ଡିଜି ତଥା ପୋଲିସ ନୋଡାଲ ଅଧିକାରୀ ସଞ୍ଜୟ ସିଂ, ତାଳଚେର ଡିଆଇଜି ସତ୍ୟବ୍ରତ ଭୋଇ, ରାଉରକେଲା ଡିଆଇଜି ନିତି ଶେଖର ତଥା ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ସହ ଆଲୋଚନା କରିଥିଲେ। ସେ କହିଥିଲେ, ପେଡ୍‌ ଭୋଟ୍‌ ଓ ଟଙ୍କା ଚାଲାଣ ଉପରେ ମଧ୍ୟ ତୀକ୍ଷ୍ଣ ନଜର ରଖାଯିବ। ମୋଟ୍‌ ବୁଥ ମଧ୍ୟରୁ ୧୦ ପ୍ରତିଶତ ସମ୍ବେନଶୀଳ ବୁଥ୍‌ ଭାବେ ଚିହ୍ନଟ କରାଯାଇଛି। ଏହା ଉପରେ ମଧ୍ୟ ତୀକ୍ଷ୍ଣ ନଜର ରଖାଯାଇଛି। ସୁରକ୍ଷା ପାଇଁ ବର୍ତ୍ତମାନଠାରୁ ପୋଲିସ ସୁରକ୍ଷା କର୍ମୀ ଓ ଏକ କମ୍ପାନୀ ସିଆର୍‌ପିଏଫ୍‌ ଯବାନଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି। ପୋଲିଂ ବୁଥ୍‌ରେ ଭୋଟରଙ୍କ ପାଇଁ ବିଶ୍ରାମ, ଶୁଦ୍ଧ ପାନୀୟ ଜଳ, ପ୍ରାଥମିକ ଚିକିତ୍ସାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ବୟସ୍କ ଭୋଟର ଓ ଦିବ୍ୟାଙ୍ଗଙ୍କ ମତଦାନ ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ପ୍ରାର୍ଥୀଙ୍କ ପାଇଁ ସୁବିଧା ପୋର୍ଟାଲର ବ୍ୟବସ୍ଥା ହୋଇଛି। ଏଥିରେ ସେମାନେ ଅନ୍‌ଲାଇନ ମାଧ୍ୟମରେ ନାମାଙ୍କନ ଦାଖଲ କରିପାରିବେ। ଏହାବ୍ୟତୀତ ସ୍ବଚ୍ଛ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ସାଧାରଣ ଜନତାଙ୍କ ଲାଗି ସି-ଭିଜିଲ୍‌ ଆପ୍‌ ବ୍ୟବହାର ସହିତ ଜିଲାସ୍ତରୀୟ କଣ୍ଟ୍ରୋଲ ରୁମ ଟୋଲ ଫ୍ରି ନମ୍ବର ୧୯୫୦ରେ ଯୋଗାଯୋଗ କରି ଅଭିଯୋଗ ଦାଖଲ ବ୍ୟବସ୍ଥା ହୋଇଛି। ଅଭିଯୋଗ ମିଳିଲେ ୧୦୦ ମିନିଟରେ ନିରାକରଣ କରିବାକୁ ସେ ପ୍ରତିଶ୍ରୁତି ଦେଇଥିଲେ। ସେହିପରି ନିର୍ବାଚନ ମାର୍ଗଦର୍ଶିକା ପତ୍ର ପ୍ରତ୍ୟେକ ଭୋଟରଙ୍କ ପରିବାରଙ୍କ ନିକଟରେ ପହଞ୍ଚାଇବାକୁ ସେ ନିୟୋଜିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖବରଦାତା ସମ୍ମିଳନୀରେ ଉତ୍ତରାଞ୍ଚଳ ଆର୍‌ଡିସି ଶ୍ରୀକାନ୍ତ ପୃଷ୍ଟି, ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ ଓ ଅତିରିକ୍ତ ନିର୍ବାଚନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?