ଯାଜପୁର ଟାଉନ ୧୪।୮(ଡି.ଏନ୍.ଏ.)- ଯାଜପୁର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବାଳ ଶ୍ରମିକ ବା ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯିବା ପାଇଁ ଆରମ୍ଭ ହୋଇଛି ପରୀ-୩ ଅଭିଯାନ। ଏସ୍ପି ଚରଣ ସିଂ ମୀନାଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ଥାନାର ଭାରାପ୍ରାପ୍ତ ଅଧିକାରୀ ମାନସ ରଞ୍ଜନ ଚକ୍ରଙ୍କ ନେତୃତ୍ୱରେ ଏକ ଟିମ୍ ମଙ୍ଗଳବାର ସହରର ମହିଳା କଲେଜ ଛକ, ଶୀତଳେଶ୍ୱର ଓ ବସଷ୍ଟାଣ୍ଡ ଅଞ୍ଚଳରେ ଥିବା ଫଳ ଦୋକାନ, ଇଟାଭାଟି ଏବଂ ଗ୍ୟାରେଜରୁ ୪ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି ା ଏମାନଙ୍କ ମଧ୍ୟରେ ୩ଜଣ ନାବାଳକ ହୋଇଥିବାବେଳେ ଜଣେ ନାବାଳିକା ଅଛନ୍ତି। ୨ଜଣଙ୍କ ଘର ଯାଜପୁର ଏବଂ ଅନ୍ୟ ୨ଜଣଙ୍କ ଭଦ୍ରକ ଜିଲାରେ ବୋଲି ଜଣାପଡ଼ିଛି। ଏହି ୪ଶିଶୁ ଶ୍ରମିକଙ୍କୁ ପୋଲିସ ଉଦ୍ଧାର ପରେ ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଇଥିଲା । ପରେ ସେମାନଙ୍କୁ ସ୍ଥାନୀୟ ବାଳାଶ୍ରମରେ ଆଶ୍ରୟ ନେବା ନିମନ୍ତେ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ ଯେ ଏହି ଥାନା ସମେତ ସମଗ୍ର ଜିଲାରେ ବହୁ ଶିଶୁ ଶ୍ରମିକ ଗ୍ୟାରେଜ, ଇଟାଭାଟି ଇତ୍ୟାଦି ଭଳି ବିପଦପୂର୍ଣ୍ଣ ସ୍ଥାନରେ କାମ କରୁଛନ୍ତି। ପୋଲିସ ପରୀ-୨ ଅଭିଯାନରେ ଅନେକ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ସେମାନଙ୍କ ପିତାମାତାଙ୍କୁ ହସ୍ତାନ୍ତର କରିଥିବା ବେଳେ ଏବେ ଜିଲାପାଳ ରଞ୍ଜନ କୁମାର ଦାସ ଏବଂ ଏସ୍ପି ମୀନାଙ୍କ ନିର୍ଦ୍ଦେଶ କ୍ରମେ ପ୍ରତ୍ୟେକ ଥାନା ପକ୍ଷରୁ ପରୀ-୩ ଅଭିଯାନକୁ ଜୋରଦାର କରାଯାଇ ଉଦ୍ଧାର କାର୍ଯ୍ୟକୁ ବ୍ୟାପକ କରାଯାଉଛି। ଶିଶୁ ଶ୍ରମିକଙ୍କୁ କେଉଁ କେଉଁ ସ୍ଥାନରେ ନିୟୋଜିତ କରାଯାଇଛି ସେ ସମ୍ପର୍କରେ ସ୍ଥାନୀୟଥାନାକୁ ଜଣାଇବା ପାଇଁ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଜିଲାବାସୀଙ୍କୁ ଅନୁରୋଧ କରାଯାଇଛି। ଯେଉଁମାନେ ଏଭଳି ଖବର ଥାନାଧିକାରୀ ବା ଏସ୍ପିଙ୍କୁ ଜଣାଇବେ ସେମାନଙ୍କ ପରିଚୟ ସମ୍ପୂର୍ଣ୍ଣ ଗୋପନ ରଖାଯିବ ବୋଲି ଜିଲାପାଳ ଦାସ କହିଛନ୍ତି।
Posted inଆମ ଜିଲା ଖବର, ଯାଜପୁର View All
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି...
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର
ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...
ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…
ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...
ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...
Archives


