୪ ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଉଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ରାଜ୍ୟର ୪ଟି ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏହି ସ୍ଥାନରେ ପୂର୍ବରୁ ରହିଥିବା କ୍ରୀଡ଼ା ଭିତ୍ତିଭୂମିର ଉନ୍ନୟନ ସହ ଆନୁଷଙ୍ଗିକ ପଦକ୍ଷେପ ନିଆଯିବ ବୋଲି ଜଣାପଡିଛି। ଏହି ସ୍ଥାନଗୁଡିକ ହେଉଛି-ଭୁବନେଶ୍ୱର, ବ୍ରହ୍ମପୁର, ସମ୍ବଲପୁର ଏବଂ ରାଉରକେଲା। ଏତଦ୍‌ ବ୍ୟତୀତ କୋରାପୁଟ ଜିଲାର ଜୟପୁରଠାରେ ମଧ୍ୟ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ ପ୍ରତିଷ୍ଠା କରାଯିବା ନେଇ ପ୍ରସ୍ତାବ ରହିଛି।
ସାଧାରଣତଃ ପାରମ୍ପରିକ ବିଦ୍ୟାଳୟଗୁଡିକରେ ପାଠପଢ଼ାକୁ ଗୁରୁତ୍ୱ ଦିଆଯାଇଥାଏ। କ୍ରୀଡ଼ାରେ ରୁଚି ରଖୁଥିବା ପିଲା ପାଠପଢ଼ାରୁ ସମୟ କାଢ଼ି ଖେଳିଥାଏ। ହେଲେ ତୃଣମୂଳରୁ କ୍ରୀଡ଼ା ପ୍ରତିଭା ଚିହ୍ନଟ କରି ତାଙ୍କୁ ପ୍ରଶିକ୍ଷଣ ଦେବା ପାଇଁ ସ୍ବତନ୍ତ୍ର ବିଦ୍ୟାଳୟର ପରିକଳ୍ପନା କରାଯାଇଛି। କ୍ରୀଡ଼ା ନିୟମ ତଥା ସାଧାରଣ ଜୀବନରେ ସର୍ବନିମ୍ନ ଆବଶ୍ୟକତା ଥିବା ଶିକ୍ଷା ଉପରେ ଏହି ବିଦ୍ୟାଳୟଗୁଡିକରେ ଗୁରୁତ୍ୱ ଦିଆଯିବ। ନିକଟରେ ପୁରୁଷ ହକି ବିଶ୍ୱକପ୍‌ ଆୟୋଜନ କରି ଓଡ଼ିଶା ଅନ୍ତର୍ଜାତୀୟସ୍ତରରେ ସମସ୍ତଙ୍କ ଧ୍ୟାନଆକର୍ଷଣ କରିଥିଲା। ସେହିପରି ଉଭୟ ପୁରୁଷ ଏବଂ ମହିଳା ହକିରେ ରାଜ୍ୟ ବହୁ ପ୍ରତିଭାଙ୍କୁ ଜନ୍ମ ଦେଇଛି। ଏହାକୁ ଦୃଷ୍ଟିରେ ରଖି ତୃଣମୂଳସ୍ତରରୁ ଖେଳାଳିଙ୍କ ପାଇଁ ହକି ଟର୍ଫ ପ୍ରସ୍ତୁତ କରାଯିବା ନେଇ ପଦକ୍ଷେପ ନିଆଯିବ। ପ୍ରାଥମିକଭାବେ ହକି ଖେଳୁଥିବା ୧୭ଟି ବ୍ଲକରେ ଟର୍ଫ ବ୍ୟବସ୍ଥା କରାଯିବ। ଜିଲାସ୍ତରୀୟ ହକି ଟୁର୍ନାମେଣ୍ଟ ମଧ୍ୟ ଟର୍ଫରେ କରିବା ଉପରେ ଗୁରୁତ୍ୱ ଦିଆଯିବ। ନିକଟରେ ରାଜ୍ୟ ହକି ପ୍ରଚାର ପରିଷଦ ଗଠନ କରାଯାଇଛି। ଏହି ପରିଷଦ ହକି କ୍ରୀଡ଼ା ପ୍ରଚାର ପ୍ରସାର ପାଇଁ ସ୍ବତନ୍ତ୍ରଭାବେ କାର୍ଯ୍ୟ କରିବ। ହକି ଖେଳି ରାଜ୍ୟ ତଥା ଦେଶ ପାଇଁ ସୁନାମ ଆଣିଥିବା ପୂର୍ବତନ ତାରକାମାନେ ମଧ୍ୟ ଏହି ସବୁ କାର୍ଯ୍ୟରେ ପ୍ରତ୍ୟକ୍ଷଭାବେ ଜଡିତ ରହିବେ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ମନ୍ତ୍ର ଆଧାରରେ ରାଜ୍ୟ ବିଭିନ୍ନ ବରିଷ୍ଠ ଅଧିକାରୀ, ବିଭାଗୀୟ ମନ୍ତ୍ରୀ ଏବଂ କ୍ରୀଡ଼ା ପ୍ରଶାସକମାନେ ବିଭିନ୍ନ କ୍ରୀଡାବାସ ଗସ୍ତ କରୁଛନ୍ତି। ତୃଣମୂଳରେ କ୍ରୀଡା ଭିତ୍ତିଭୂମି ଅବସ୍ଥା, ଉନ୍ନୟନ ପାଇଁ ଆବଶ୍ୟକ ପଦକ୍ଷେପ ସମ୍ପର୍କିତ ମତାମତ ସଂଗ୍ରହ କରୁଛନ୍ତି। ଏହି ଗଠନଧର୍ମୀ ମତାମତକୁ ଆଧାର କରି କ୍ରୀଡ଼ାର ବିକାଶ ପାଇଁ ପଦକ୍ଷେପ ନିଆଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri